ଲଦାପଦର ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ: ଖସିଗଲେ କ୍ୟାଡର ମାଓବାଦୀ

ଫୁଲବାଣୀ ଅଫିସ, ୩ା୭- କନ୍ଧମାଳ ଜିଲା ପୋଲିସ ପକ୍ଷରୁ କୋମ୍ବିଂ ବେଳେ ଫିରିଙ୍ଗିଆ ଥାନା ସୁମେରବନ୍ଧ ପଞ୍ଚାୟତ ଲଦାପଦର ସଂରକ୍ଷିତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ସେଠାରୁ ବିପୁଳ ପରିମାଣର ବିସ୍ଫୋରକ ସହ ମାଓବାଦୀ ସାମଗ୍ରୀ ଜବତ କରାଯାଇଛି। ମାତ୍ର ସୂଚନା ପାଇ ମାଓବାଦୀମାନେ କ୍ୟାମ୍ପ ଛାଡି ପଳାଇଛନ୍ତି। କନ୍ଧମାଳ ଏସ୍‌ପି ପ୍ରତୀକ୍‌ ଗୀତା ସିଂ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି।
ଏସ୍‌ପିଙ୍କ ସୂଚନା ଅନୁଯାୟୀ, ଜୁନ୍‌ ୨୯ରେ ପୋଲିସ ଓ ଯବାନ ମିଳିତ ଭାବେ ଜଙ୍ଗଲରେ କୋମ୍ବିଂ ଅପରେଶନ ଚଳାଇଥିଲେ। ସୁମେରବନ୍ଧ ପଞ୍ଚାୟତ ଲଦାପଦର ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଚାଲିଥିବା ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା। ସେଠାରେ କୋମ୍ବିଂ ବେଳେ ଯବାନମାନେ ମାଓବାଦୀ କ୍ୟାମ୍ପ ଠାବ କରିଥିଲେ। ଯବାନମାନେ ପହଞ୍ଚତ୍ବା ପୂର୍ବରୁ ମାଓବାଦୀମାନେ ଆଗୁଆ ସୂଚନା ପାଇ ଖସି ପଳାଇଥିଲେ। ଶିବିରରୁ ୧୫ କେଜି ବିସ୍ଫୋରକ ସହ ୨୮ ଡିଟୋନେଟର, ୩ ମଲ୍ଟି ମିଟର, ବ୍ୟାଟେରି, ବ୍ୟାଗ୍‌, ପୋଷାକ, ମାଓବାଦୀ ବ୍ୟାନର, ପୋଷ୍ଟର, ଲିଫ୍‌ଲେଟ୍‌ ଆଦି ଜବତ କରାଯାଇଛି। ଶିବିରରେ ମହିଳା ମାଓବାଦୀଙ୍କ ସମେତ ୧୫ରୁ ୨୦ ଜଣ ଥିବା ଅନୁମାନ କରାଯାଉଛି। ସେମାନଙ୍କ ମଧ୍ୟରେ କେକେବିଏନ୍‌ ସଙ୍ଗଠନର ଦାମୁଲୁ, ଆକାଶ ଭଳି କ୍ୟାଡର ମାଓବାଦୀ ନେତା ଥିବା ଅନୁମାନ କରାଯାଉଛି। ଆସନ୍ତା ୨୬ରୁ ମାଓବାଦୀଙ୍କ ଶହୀଦ୍‌ ସପ୍ତାହ ଆରମ୍ଭ ହେବ। ତେଣୁ ଜିଲାରେ ବଡ ଧରଣର ଅଘଟଣ ପାଇଁ ଯୋଜନା ଚାଲିଥିବା ସନ୍ଦେହ କରାଯାଉଛି ବୋଲି ଏସ୍‌ପି ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?