ପୋଲିସ ଏନ୍‌କାଉଣ୍ଟରରେ ମାଓବାଦୀ କମାଣ୍ଡର ନିହତ: ରହିଥିଲା ୩ ଲକ୍ଷ ଟଙ୍କାର ପୁରସ୍କାର

ମାଲକାନଗିରି,୧ା୭: ମାଲକାନଗିରି ଜିଲା ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଛତିଶଗଡ଼ର ବସ୍ତର ଜିଲାର ଏଲାଙ୍ଗନାର ଅଞ୍ଚଳରେ କଟେକଲ୍ୟାଣ ଓ କାଙ୍ଗେର ଘାଟି ମାଓବାଦୀ ସଙ୍ଗଠନର ମାଓବାଦୀମାନେ ନିକଟସ୍ଥ ଜଙ୍ଗଲରେ ଏକାଠି ହୋଇଥିବା ଖବର ପାଇ ଡିଆର୍‌ଜି ଏବଂ ସିଆର୍‌ପିଏଫ୍‌ ବାହିନୀ ପକ୍ଷରୁ ସର୍ଚ୍ଚ ଅପରେଶନ କରାଯାଇଥିଲା। ଜଙ୍ଗଲରେ ପୋଲିସ ପହଞ୍ଚତ୍ଥିବା ଜାଣିବା ପରେ ମାଓବାଦୀମାନେ ପ୍ରଥମେ ପୋଲିସ ଉପରକୁ ଗୁଳିଚାଳନା କରିଥିଲେ। ଏହାର ଜବାବରେ ପୋଲିସ ମଧ୍ୟ ପାଲଟା ଗୁଳି ଚଳାଇଥିଲା। ଦୀର୍ଘ ସମୟ ଧରି ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପୋଲିସ ଗୁଳିର ସାମ୍‌ନା କରି ନ ପାରି ଶେଷରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ପରେ ଜଙ୍ଗଲରେ ତଲାସି ବେଳେ ଜଣେ ମାଓବାଦୀଙ୍କ ମୃତଦେହ ମିଳିଥିଲା। ଏଥିସହ ଗୋଟିଏ ଥ୍ରୀ ନଟ୍‌ ଥ୍ରୀ ବନ୍ଧୁକ, ଗୋଟିଏ ପିସ୍ତଲ ସହ ଅନ୍ୟାନ୍ୟ ସାମଗ୍ରୀ ପୋଲିସ ଜବତ କରିଥିଲା। ମାଓବାଦୀ ସଙ୍ଗଠନରେ ମୃତ ମାଓବାଦୀ ଜଣେ ଡେପୁଣି କମାଣ୍ଡର ଭାବେ କାର୍ଯ୍ୟ କରୁଥିଲେ। ପୂର୍ବରୁ ତାଙ୍କ ନାମରେ ଛତିଶଗଡ଼ ସରକାର ୩ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ। ସମ୍ପୃକ୍ତ ଜଙ୍ଗଲରେ ସର୍ଚ୍ଚ ଅପରେଶନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri