ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ

ଏମ୍‌ଭି ୭୯,୧୩ା୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କାଣ୍ଡକାପାରା ପୋଲିସ ନିକଟରେ ଶନିବାର ଅପରାହ୍ନରେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋରସା ଲାଚୁ(୩୨) ଓ ତାଙ୍କ ସ୍ତ୍ରୀ କୋରସା ଅନିତା(୨୯)। ଉଭୟେ ମାଓବାଦୀଙ୍କ ବିଜାପୁର ଜିଲା ଗଙ୍ଗାଲୁର କ୍ଷେତ୍ର କମିଟିରେ କାର୍ଯ୍ୟ କରୁଥିଲେ। ମାଓବାଦୀଙ୍କ ଥଇଥାନ ପାଇଁ ଛତିଶଗଡ଼ ସରକାରଙ୍କ ପକ୍ଷରୁ ହୋଇଥିବା ଯୋଜନାରେ ଆକୃଷ୍ଟ ହୋଇ ଆତ୍ମସମର୍ପଣ କରିଥିବା କହିଛନ୍ତି ଏହି ମାଓବାଦୀ ଦମ୍ପତି। କୋରସା ଲାଚୁ ମାଓବାଦୀ ସଙ୍ଗଠନରେ ୨୦୦୨ରେ ଯୋଗ ଦେଇଥିଲେ। ସଡ଼କ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଟ୍ରାକ୍ଟର ପୋଡି, ନାଇମେଣ୍ଡ ବଜାରରେ ଆସିଷ୍ଟାଣ୍ଟ କନଷ୍ଟେବଳ ତେଲାମ ମାରୁମଙ୍କ ହତ୍ୟାରେ ସେ ସମ୍ପୃକ୍ତ ଥିଲେ। ଅନିତା ୨୦୦୩ରେ ମାଓବାଦୀ ସଙ୍ଗଠନରେ ଯୋଗଦେଇଥିଲେ। ତାଙ୍କୁ ଘୁମରାର ବାଲସାଙ୍ଗମ ପଦରେ ରଖାଯାଇଥିଲା। ଗ୍ରାମାଞ୍ଚଳରେ ମହିଳା ସଙ୍ଗଠନ କରିବା, ଯୁବତୀମାନଙ୍କୁ ମାଓବାଦୀ ସଙ୍ଗଠନକୁ ଆଣିବା ତାଙ୍କ ଦାୟିତ୍ୱ ଥିଲା। ସେ ବିଭିନ୍ନ ହିଂସାତ୍ମକ କାର୍ଯ୍ୟକଳାପରେ ଜଡିତ ଥିଲେ। ଆତ୍ମସମର୍ପଣ ପରେ ସେମାନଙ୍କୁ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରୋତ୍ସାହନ ସ୍ବରୂପ ପ୍ରଦାନ କରାଯାଇଥିବା ଏସ୍‌ପି କମଲ ଲୋଚନ କଶ୍ୟପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri