ସ୍ୱାଭିମାନ ଅଞ୍ଚଳ ଜଙ୍ଗଲରୁ ମାଓବାଦୀ ଡମ୍ପ ଜବତ

ମାଲକାନଗିରି,୨୫।୭ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା  ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ଘନବେଡାରେ ବିଏସ୍‌ଏଫ୍‌ ବାହିନୀ ଏକ ମାଓବାଦୀ ଡମ୍ପ ଜବତ କରିଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ବିଶେଷ ସୂତ୍ରରୁ ଖବର ପାଇ ଘନବେଡାସ୍ଥିତ ୧୭୭ ବାଟାଲିୟନ ବିଏସ୍‌ଏଫ୍‌ ବାହିନୀ ଏବଂ ଡିଭିଏଫ୍‌ ବାହିନୀ ମିଳିତ ଭାବେ ଜୋଡାମ୍ବ ଥାନା ଅଞ୍ଚଳରେ କମ୍ବିଂ ଅପରେଶନ ଆରମ୍ଭ କରିଥିଲେ। କମ୍ବିଂ ଅପରେଶନ ସମୟରେ ଜୋଡାମ୍ବ ଥାନା ଅନ୍ତର୍ଗତ ଅରାପଦର ଓ ଘୁସୁମପଦର ମଧ୍ୟରେ ଥିବା ଜଙ୍ଗଲ ଅଞ୍ଚଳରେ ଏକ ସ୍ଥାନରେ ମାଓବାଦୀ ଡମ୍ପ ଥିବା ଜାଣିବାକୁ ପାଇଥିଲେ। ପରେ ସୁରକ୍ଷା ବାହିନୀ ଉକ୍ତ ଡମ୍ପକୁ ଜବତ କରିଥିଲେ।

ଜବତ ସାମଗ୍ରୀ ମଧ୍ୟରେ ୩ଟି ଆଇଇଡି (IED) ବୋମା, ୩୨ଟି ଜିଲେଟିନ୍‌ ଷ୍ଟିକ୍‌, ୧୧ଟି ଡିଟୋନେଟର, ୫୦୦ ଗ୍ରାମ ଗନ୍‌ ପାଉଡର, ୩ ମିଟର କୋଡେକ୍ସ (Cordex) ତାର, ଗୋଟିଏ ଛୋଟ ସୋଲାର ପ୍ୟାନେଲ, ଗୋଟିଏ ରେଡିଓ, ୨ଟି ଟର୍ଚ୍ଚ ଲାଇଟ୍‌, ଗୋଟିଏ ଜେଟ୍‌ ସ୍ପ୍ରେ ପାଇପ୍‌ ଏବଂ ୨୫ ମିଟର ବିଦ୍ୟୁତ୍‌ ତାର ରହିଛି।

ସୂଚନାଯୋଗ୍ୟ ଯେ, ଏକଦା ଜୋଡାମ୍ବ ଥାନା ଅଞ୍ଚଳ ମାଓବାଦୀଙ୍କ ଗଡ଼ ଭାବେ ପରିଚିତ ଥିଲା। ସେହି ସମୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କୁ କ୍ଷତି ପହଞ୍ଚାଇବା ଉଦ୍ଦେଶ୍ୟରେ ମାଓବାଦୀମାନେ ଏହି ବିସ୍ଫୋରକ ସାମଗ୍ରୀ ଜଙ୍ଗଲରେ ଲୁଚାଇ ରଖିଥିବା ଜଣାପଡ଼ିଛି ବୋଲି ବିଏସ୍‌ଏଫ୍‌ ସୂତ୍ରରୁ ପ୍ରକାଶ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri