ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ: ୭ରେ ପହଞ୍ଚିଲା ଗିରଫ ସଂଖ୍ୟା

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଅରଣପୁରରେ ଏପ୍ରିଲ୍‌ ୨୬ରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ୧୧ ଜଣ ଯବାନ ଶହୀଦ ହୋଇଥିଲେ। ଏହି ଘଟଣାରେ ଆଉ ୪ଜଣ ମାଓବାଦୀଙ୍କୁ ଦାନ୍ତେୱାଡା ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ପୂର୍ବରୁ ଏହି ଘଟଣାରେ ୩ଜଣ ଗିରଫ ହୋଇଥିଲେ। ରବିବାର ୩ ଗିରଫ ପରେ ଏହି ସଂଖ୍ୟା ୭ରେ ପହଞ୍ଚିଛି। ଗିରଫ ୪ ମାଓବାଦୀ ହେଲେ ବୁଦ୍ଧ୍ରା ମାଡଭି, ଜିତେନ୍ଦ୍ର ମୁଚାକି, ହିଡମା ମାଡକମ୍‌, ହିଡମା ମାଡଭି। ଏମାନେ ସିପିଆଇର ଦର୍ଭା ଡିଭିଜନର ମାଲାଙ୍ଗିର ଏରିଆ କମିଟିରେ ମିଲିସିଆ ସଦସ୍ୟ ଭାବରେ କାର୍ଯ୍ୟ କରୁଥିବା ଜଣାପଡିଛି। ଏନେଇ ଦାନ୍ତେୱାଡା ଏସ୍‌ପି ସିଦ୍ଧାର୍ଥ ତିୱାରୀ କହିଛନ୍ତି, ଆଇଇଡି ବୋମା ବିସ୍ଫୋରଣ ପରେ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଥିଲା। ସର୍ଚ୍ଚ ଅପରେଶନ ବେଳେ ଏହି ମାଓବାଦୀମାନେ ଧରାପଡିଛନ୍ତି। ସର୍ଚ୍ଚ ଅପରେଶନ ଜାରି ରହିଥିବାରୁ ଏହି ଘଟଣାରେ ଗିରଫ ସଂଖ୍ୟା ଆହୁରି ବଢିପାରେ ବୋଲି ଏସ୍‌ପି ତିୱାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri