ମାଓବାଦୀ-ଯବାନ ଗୁଳି ବିନିମୟ

ନୂଆପଡ଼ା ଅଫିସ,୨୬।୧୦: ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି। ଉଭୟଙ୍କ ମଧ୍ୟରେ ୨ ଥର ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି। ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇ ପଳାୟନ କରିଥିଲେ। ସ୍ଥାନୀୟ ଅଞ୍ଚଳରେ ଯବାନମାନେ କୋମ୍ବିଂ ଅପରେଶନ କରି ମାଓବାଦୀ କ୍ୟାମ୍ପ ଠାବ କରିବା ସହ ବିଭିନ୍ନ ସାମଗ୍ରୀ ଜବତ କରିଥିବା ଜିଲା ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ପ୍ରତ୍ୟୁଷ ଦିବାକର ଏବଂ ସିଆର୍‌ପିଏଫ୍‌ କମାଣ୍ଡାଣ୍ଟ ଏରିକ ଗିଲବର୍ଟ ଜୋଷ ମିଳିତ ଭାବେ ସୂଚନା ଦେଇଛନ୍ତି।
ପ୍ରାପ୍ତ ସୂଚନା ଅନୁଯାୟୀ ୨୧ ତାରିଖରେ ବୋଡେନ ଥାନା ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ରହିଥିବା ନେଇ ପୋଲିସକୁ ଗୋଇନ୍ଦା ବିଭାଗରୁ ଖବର ମିଳିଥିଲା। ଏହି ସୂଚନାକୁ ଆଧାର କରି ନୂଆପଡା ପୋଲିସ ରଣନୀତି ପ୍ରସ୍ତୁତ କରିଥିଲା। ଏସ୍‌ପି ଦିବାକରଙ୍କ ନିର୍ଦ୍ଦେଶକ୍ରମେ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ଏସଓଜି, ଡିଭିଏଫ ଓ ସିଆର୍‌ପିଏଫ୍‌ ଯବାନଙ୍କ ମିଳିତ ଟିମ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ। ରବିବାର ପୂର୍ବାହ୍ନରେ ଓଡ଼ିଶା ଓ ଛତିଶଗଡ ସୀମାନ୍ତରେ ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ମାଓବାଦୀମାନେ ସୁରକ୍ଷା ବାହିନୀଙ୍କୁ ମୁକାବିଲା କରି ନ ପାରି ଛତ୍ରଭଙ୍ଗ ଦେଇଥିଲେ। ସୁରକ୍ଷା ବାହିନୀ କୋମ୍ବିଂ ଅପରେଶନ କରୁଥିବା ସମୟରେ ମଧ୍ୟାହ୍ନରେ ପୁଣିଥରେ ମାଓବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚାଳନା କରିଥିଲେ। ସୁରକ୍ଷା ବାହିନୀ ପାଲଟା ଗୁଳି ଚାଳନା କରିବାରୁ ମାଓବାଦୀମାନେ କ୍ୟାମ୍ପ ଛାଡି ଚାଲିଯାଇଥିଲେ। ସଂରକ୍ଷିତ ଜଙ୍ଗଲ ଭିତରେ ସୁରକ୍ଷା ବାହିନୀ ଏକ ମାଓବାଦୀ କ୍ୟାମ୍ପ ଠାବ କରି ବିପୁଳ ପରିମାଣର ବିଭିନ୍ନ ମାଓବାଦୀ ସାମଗ୍ରୀ ଜବତ କରିଥିଲେ। କ୍ୟାମ୍ପରୁ ୨ଟି ଏଲଇଡି, ୩ଟି ଡିଟୋନେଟର, ୨ଟି ଅଫୁଟା ଗୁଳି, ଟାଙ୍ଗିଆ, ବିଭିନ୍ନ ପ୍ରକାର ମାଓବାଦୀ ପୋଷାକ, ରନ୍ଧା ସାମଗ୍ରୀ ଜବତ କରିଥିଲେ। ୨୩ ତାରିଖରେ ପ୍ରଥମ ଗୁଳି ବିନିମୟ ବେଳେ ୨୦ ରୁ ୨୫ଜଣ ମାଓବାଦୀ ଥିବା ଅନୁମାନ କରାଯାଇଥିବା ବେଳେ ଦ୍ୱିତୀୟ ଗୁଳି ବିନିମୟ ସମୟରେ ୧୦ରୁ ୧୫ଜଣ ମାଓବାଦୀ ଥିବା ଅନୁମାନ କରାଯାଉଛି ବୋଲି ଏସ୍‌ପି ଓ ସିଆରପିଏଫ କମାଣ୍ଡାଣ୍ଟ ଏକ ମିଳିତ ପ୍ରେସ ବିବୃତିରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri