ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ: ୫ ଯବାନ ଶହୀଦ

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାର କନହର ଜଙ୍ଗଲ ରାସ୍ତାରେ ମାଓବାଦୀମାନେ ଯବାନଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟାଇଛନ୍ତି। ଫଳରେ ୫ଜଣ ଯବାନ ଶହୀଦ ହେବା ସହ ୮ଜଣ ଗୁରୁତର ହୋଇଛନ୍ତି। ୨୧ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ୫ଶହୀଦ ଯବାନଙ୍କ ମଧ୍ୟରେ ଜଣେ ଗାଡ଼ିଚାଳକ ହୋଇଥିବା ବେଳେ ଅନ୍ୟ ୪ଜଣ ଡିଆର୍‌ଜି ଯବାନ ରହିଛନ୍ତି। ଖବରରୁ ପ୍ରକାଶ, ଏକ ବସ୍‌ରେ ୪୦ଜଣ ଯବାନ ମଙ୍ଗଳବାର ସକାଳେ କୋମ୍ବିଂ ଅପରେଶନରେ କନହର ଜଙ୍ଗଲକୁ ଯାଇଥିଲେ। ମଧ୍ୟାହ୍ନରେ ସେମାନେ ଫେରୁଥିବା ବେଳେ ସେମାନଙ୍କୁ ଟାର୍ଗେଟ୍‌ କରି ମାଓବାଦୀମାନେ ରାସ୍ତାରେ ଲ୍ୟାଣ୍ଡମାଇନ ଖଞ୍ଜିଥିଲେ। ଟାର୍ଗେଟ୍‌ ସ୍ଥାନରେ ବସ୍‌ଟି ପହଞ୍ଚବା ପରେ ବିସ୍ଫୋରଣ ହୋଇଥିଲା। ଗୁରୁତର ଆହତ ଯବାନଙ୍କୁ ସ୍ଥାନୀୟ ନାରାୟଣପୁର ଚିକିସତ୍ାଳୟରେ ଚିକିସତ୍ା କରାଯାଉଛି। ବିସ୍ଫୋରଣରେ ବସ୍‌ଟି ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଛି। ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନ ଜୋର୍‌ଦାର କରାଯାଇଛି। ଅଞ୍ଚଳର ସମସ୍ତ ସୀମା ସିଲ୍‌ ହୋଇଥିବା ଡିଜି(ମାଓବାଦୀ ଅପରେଶନ) ଅଶୋକ ଜୁନେଜା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri