ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ ନେତା ଆଜାଦ ଓରଫ ଡନା କେଶବ ରାଓ। ଆଜି ଏକ ସ୍ୱତନ୍ତ୍ର କୋର୍ଟର ରାୟ ଅନୁସାରେ ତାଙ୍କୁ ସମସ୍ତ ମାମଲାରୁ ନିର୍ଦୋଷରେ ଖଲାସ କରାଯାଇଛି।

ଗତ ୨୦୧୧ ମସିହା ମେ’ ୨୯ ତାରିଖରେ ମାଓ ନେତା ଆଜାଦ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ, କିନ୍ତୁ ପରେ ଓଡ଼ିଶା ପୋଲିସ ତାଙ୍କୁ ଗିରଫ କରିଥିଲା। ତାଙ୍କ ବିରୋଧରେ ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶରେ ମୋଟ ୪୯ଟି ମାମଲା ରହିଥିଲା। ଗୃହ ବିଭାଗର ଅବହେଳା ଯୋଗୁ ଦୀର୍ଘ ଦିନ ଧରି ତାଙ୍କ ମାମଲାଗୁଡ଼ିକର କୌଣସି ବିଚାର କରାଯାଇନଥିଲା ଏବଂ ସେ ଜେଲରେ ଦିନ କାଟୁଥିଲେ।

ନ୍ୟାୟିକ ବ୍ୟବସ୍ଥା ଉପରେ ଭରସା ରଖି ଆଜାଦ ଗତ ୨୦୨୫ ଜୁଲାଇ ୨୧ ତାରିଖରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆଜାଦଙ୍କ ଆବେଦନକୁ ଗ୍ରହଣ କରି ସର୍ବୋଚ୍ଚ ଅଦାଲତ ଉଭୟ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସରକାରଙ୍କୁ ଏକ ବର୍ଷ ମଧ୍ୟରେ ସ୍ୱତନ୍ତ୍ର କୋର୍ଟ ମାଧ୍ୟମରେ ସମସ୍ତ ମାମଲାର ଫଇସଲା କରିବାକୁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡିଠାରେ ଏକ ସ୍ୱତନ୍ତ୍ର କୋର୍ଟ ଗଠନ କରାଯାଇଥିଲା। ଗଜପତି, କନ୍ଧମାଳ ଏବଂ ରାୟଗଡ଼ା ଜିଲାର ୩୬ଟି ଏବଂ ଆନ୍ଧ୍ରପ୍ରଦେଶର ୧୨ଟି ମାମଲାର ତୁରନ୍ତୁ ଶୁଣାଣି କରାଯାଇଥିଲା।

ସୂଚନାଯୋଗ୍ୟ ଯେ, ତାଙ୍କ ବିରୋଧରେ ଅନେକ ମାଓ ହିଂସା ଏବଂ ଚର୍ଚ୍ଚିତ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାମାମଲା ଭଳି ଗମ୍ଭୀର ଅପରାଧିକ ମାମଲା ରହିଥିଲା। ମାତ୍ର ବଳିଷ୍ଠ ସାକ୍ଷ୍ୟ ପ୍ରମାଣ ଅଭାବରୁ ଆଜି ସମସ୍ତ ମାମଲାରୁ ତାଙ୍କୁ ନିର୍ଦ୍ଦେଶରେ ଖଲାସ କରାଯାଇଛି।

ଜୀବନର ମୂଲ୍ୟବାନ ୧୫ ବର୍ଷରୁ ଅଧିକ ସମୟ ବିଚାରାଧୀନ କୈଦୀ ଭାବେ ଜେଲରେ କଟାଇବା ପରେ ଶେଷରେ ନ୍ୟାୟ ମିଳିଛି। ତେବେ ଏତେ ଦୀର୍ଘ ସମୟ ଧରି କୌଣସି ବିଚାର ନକରି ଜେଲରେ ରଖାଯିବା ଅନ୍ୟାୟ ବୋଲି ଦର୍ଶାଇ ଆଜାଦଙ୍କ ଓକିଲ ସ୍ୱରୂପ କୁମାର ପାଳ କହିଛନ୍ତି ଯେ ଏହାର ସମସ୍ତ ହିସାବ ସରକାରଙ୍କ ନିକଟରୁ ମଗାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍‌ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି।…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri