କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ

ବାଲିଗୁଡ଼ା,୧୨ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ମାଓବାଦୀ କାର୍ଯ୍ୟକଳାପ କରାଇ ଆତଙ୍କ ସୃଷ୍ଟି କରିଥିବା ଟପ୍‌ ମାଓବାଦୀ ନେତା ଆଜାଦ ଓରଫ କେଶବ ରାଓଙ୍କୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୁବନେଶ୍ୱର ଝାରପଡ଼ା ଜେଲରୁ ବାଲିଗୁଡ଼ା ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟକୁ ଅଣାଯାଇଥିଲା। ସେଠାରେ ଗୁରୁବାର ବ୍ରାହ୍ମଣୀ ଗାଁ ଥାନା ଅଞ୍ଚଳର ବହୁ ଚର୍ଚ୍ଚିତ ୫ଟି ମାମଲାର ଚାର୍ଜ ଫ୍ରେମ କରାଯାଇଥିଲା।

ଏପରିକି ବ୍ରାହ୍ମଣୀ ଗାଁ ଥାନା ଅଞ୍ଚଳରେ ୨୦୦୮ ନଭେମ୍ବର ୫ରେ ଭୈରବୀ ମନ୍ଦିର ନିକଟରେ ଧନୁ ପ୍ରଧାନୀକୁ ହତ୍ୟା, ୨୦୦୯ ଜୁଲାଇ ୧୭ରେ କାଟିଙ୍ଗିଆ ପାଣ୍ଡି ଭଙ୍ଗା ରୁଜା ସହ ହତ୍ୟା, ପୁଣି ଅକ୍ଟୋବର ୪ରେ କାଟିଙ୍ଗିଆ ଫାଣ୍ଡିକୁ ପୋଡ଼ା ଜଳା, ୨୦୧୦ ନଭେମ୍ବର ୨୭ରେ ବଙ୍ଗଡ଼ଦୁଆ ଘାଟିରେ ଆମ୍ବୁଲାନ୍ସକୁ ଲ୍ୟାଣ୍ଡ ମାଇନ ଲଗାଇ ବିସ୍ଫୋରଣ କରି ଉଡ଼ାଇବାରେ ୫ ଜଣଙ୍କ ମୃତ୍ୟୁ ସହ ବ୍ରାହ୍ମଣୀ ଗାଁ ବଜାରରେ ରହୁଥିବା ଡିଲର ମନୋଜ ସାହୁ ହତ୍ୟା ମାମଲାରେ ସମ୍ପୃକ୍ତି ଅଭିଯୋଗ ଏପରି ୫ଟି ମାମଲାର ଚାର୍ଜ ଫ୍ରେମ କରିବାକୁ କୋର୍ଟ ସମନ ଦେବା ସହ ହାଜର ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଆଜାଦଙ୍କ ପକ୍ଷରୁ ତାଙ୍କ ଓକିଲ ସେକ ସାଦିକ ଡିସଚାର୍ଜ ପିଟିସନ ଫାଇଲ କରିଥିଲେ। ଗୁରୁବାର ଏହାର ଶୁଣାଣୀ ପରେ କୋର୍ଟ ତାକୁ ଖାରଜ କରିଥିଲେ। ଏହି ୫ଟି ମାମଲାର ଚାର୍ଜ ଫ୍ରେମ କରିବା ସହ ପରବର୍ତ୍ତୀ ତାରିଖ ପରେ ଜଣାଇବା ପରେ ଭି.ସି. ମାଧ୍ୟମରେ ସାକ୍ଷ ପ୍ରମାଣ ଗ୍ରହଣ କରାଯିବ ବୋଲି ଆଜାଦଙ୍କ ଓକିଲ ସେକ ସାଦିକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?