ଆଜିଠାରୁ ମାଓବାଦୀଙ୍କ ଶହୀଦ ସପ୍ତାହ

ମାଲକାନଗିରି,୨୮ା୭(ଦୁର୍ଯ୍ୟୋଧନ ପାତ୍ର): ଜୁଲାଇ ୨୮ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ ହେବାକୁ ଯାଉଥିବା ବେଳେ ଜିଲାରେ ଯେପରି ମାଓବାଦୀଙ୍କ ଦ୍ୱାରା କୌଣସି ଅଘଟଣ ନ ଘଟେ ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ଏସ୍‌ପି ନିତିଶ୍‌ ବାଧ୍ୱାନୀ ସୂଚନା ଦେଇଛନ୍ତି। ଏଥିସହ ୬ଟି ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ବିଭିନ୍ନ ଅଞ୍ଚଳରେ କୋମ୍ବିଂକୁ ଅଗ୍ରାଧିକାର ଦିଆଯାଇଥିବା ବେଳେ ଗୋଇନ୍ଦା ବିଭାଗକୁ ସକ୍ରିୟ କରାଯାଇଛି। ଜିଲା ସୀମାନ୍ତରେ ଯାନବାହନ କଡାକଡି ଭାବେ ଯାଞ୍ଚ କରିବା ପାଇଁ ଆନ୍ଧ୍ରପ୍ରଦେଶ ସୀମାନ୍ତ ମୋଟୁ, ଛତିଶଗଡ ସୀମାନ୍ତ ଚଲାଣଗୁଡା ଓ ପଡିଆ ନିକଟ ଦର୍ଣାପାଲ୍‌ଠାରେ ପୋଲିସ ପକ୍ଷରୁ ଯାଞ୍ଚ କଡାକଡି କରାଯାଇଛି। ଜିଲାର ସମସ୍ତ ଟ୍ରାଫିକ ଅଞ୍ଚଳରେ ଅପରିଚିତ ଓ ସନ୍ଧିଗ୍ଧ ବ୍ୟକ୍ତିଙ୍କ ଉପରେ ତୀକ୍ଷ୍ମ ଦୃଷ୍ଟି ରଖାଯାଇଛି। ପୋଲିସ ମାଓବାଦୀଙ୍କ ସାମ୍ଭାବ୍ୟ ହିଂସାକାଣ୍ଡକୁ ଦୃଷ୍ଟିରେ ଓଡିଶା, ଛତିଶଗଡ, ଆନ୍ଧ୍ର ସୀମାକୁ ସିଲ କରି ଦିଆଯାଇଛି। ବିଏସଏଫ ପକ୍ଷରୁ ସ୍ବତନ୍ତ୍ର ପୋଲିସ ମୁତୟନ କରଯାଇଛି। ଅନ୍ୟ ପକ୍ଷରେ ମାଓବାଦୀଙ୍କ ଶହୀଦ ସପ୍ତାହକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ବସ୍‌ ଶୁକ୍ରବାରରୁ ବନ୍ଦ ରହିବ। ମାଲକାନଗିରିଠାରୁ ଭୁବନେଶ୍ୱର, କଟକ, ବଲାଙ୍ଗୀର, ବିଶାଖାପାଟଣା, ବିଜୟନଗରମ୍‌ ଓ ହାଇଦ୍ରାବାଦକୁ ଯାଉଥିବା ସମସ୍ତ ସରକାରୀ ବସ୍‌ଗୁଡିକ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri