ମାଓବାଦୀ-ଯବାନ ଗୁଳିବିନିମୟ: ଯବାନ ଗୁରୁତର

ନୂଆପଡ଼ା,୨୦।୫,(ମକାରୁ ବେମାଲ): ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଏସଓଜି ଯବାନଙ୍କୁ ଗୁଳି ଲାଗିଥିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ଆହତ ଯବାନ ଜଣକ ପ୍ରକାଶ ସାହି ବୋଲି ସୂଚନା ମିଳିଛି । ବର୍ତ୍ତମାନ ଆହତ ଯବାନ ରାୟପୁରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି।
ଗତ କିଛି ଦିନ ହେବ ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହେଉଥିଲା। ସୁନାବେଡା ଅଭୟାରଣ୍ୟ ଅଞ୍ଚଳରେ ମାଓବାଦୀମାନେ ଚଳପ୍ରଚଳ ହେଉଥିବା ପୁଲିସକୁ ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଗତ ୧୮ ତାରିଖରେ ଦୁଇ ରାଜ୍ୟ ସୀମାନ୍ତ ଅଞ୍ଚଳକୁ ଏସଓଜି ଯବାନଙ୍କ ଟିମ ନକ୍ସଲ ବିରୋଧୀ କମ୍ବିଂ ଅପରେସନ ପାଇଁ ଯାଇଥିଲା। ଏହି ଯବାନମାନେ କୋମନା ଥାନା ଭାଓସିଲ, ଝରଲାଆମ, ଶିବନାରାୟଣପୁର ଅଞ୍ଚଳରେ ଘଞ୍ଚ ଜଙ୍ଗଲ ମଧ୍ୟରେ ଦୁଇ ଦିନ ଧରି କମ୍ବିଂ ଅପରେସନ ଜାରି ରଖିଥିଲେ।
ସୂଚନା ମୁତାବକ, ରବିବାର ରାତି ପ୍ରାୟ ଅଢ଼େଇ ଟାରେ ଏସଓଜି ଯବାନମାନେ ଶିବନାରାୟଣପୁର ଗାଁ ନିକଟ ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ଘଞ୍ଚ ଜଙ୍ଗଲରେ କମ୍ବିଂ ଅପରେସନ କରୁଥିଲେ। ଏହି ସମୟରେ ମାଓବାଦୀଙ୍କ ସହ ଯବାନମାନେ ମୁହଁାମୁହିଁ ହୋଇଥିଲେ। ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଆଖିବୁଜା ଗୁଳି ଚାଳନା କରିଥିଲେ । ଏହି ସମୟରେ ଜଣେ ଏସଓଜି ଯବାନଙ୍କୁ ମାଓବାଦୀଙ୍କ ଗୁଳି ଲାଗିଥିଲା। ତେବେ ଯବାନଙ୍କ ତଣ୍ଟିରେ ଗୁଳି ଲାଗିବା ସହ ଗଳା ଭିତରେ ଫସି ଯାଇଥିଲା। ଫଳରେ ଏସଓଜି ଯବାନ ଜଣକ ଗୁରୁତର ଆହତ ହୋଇଛନ୍ତି । ଆଜି ଭୋର ସକାଳୁ ସାଥୀ ଏସଓଜି ଯବାନମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗରିଆବନ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରିଥିଲେ । ସେଠି ଯବାନଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ରାୟପୁରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଯବାନଙ୍କ ତଣ୍ଟିରୁ ଗୁଳି କଢା ଯାଇ ନ ଥିବା ସୂଚନା ମିଳିଛି। ଏବେ ବି ଶିବନାରାୟଣପୁର ଅଞ୍ଚଳରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?