‘ମାଓବାଦୀଙ୍କ ଗତିବିଧି ଦୁର୍ବଳ ହୋଇଛି’

କୋରାପୁଟ,୭ା୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତ କରି ନବନିର୍ମିତ ସଶସ୍ତ୍ର ପୋଲିସ ଆର୍‌ଆଇ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଅଞ୍ଚଳର ଆଇନଶୃଙ୍ଖଳା, ମାଓବାଦୀ ଦମନ ଏବଂ ଗଞ୍ଜେଇ ଚୋରାଚାଲାଣ ଉପରେ ସେ ସମୀକ୍ଷା କରିଥିଲେ। ଗଞ୍ଜେଇ ଚୋରାଚାଲାଣ ରୋକିବାରେ ପୋଲିସର ଭୂମିକାକୁ ସେ ସନ୍ତୋଷ ପ୍ରକାଶ କରିଥିଲେ। କୋରାପୁଟସ୍ଥିତ ଡିଆଇଜି କାର୍ଯ୍ୟାଳୟଠାରେ ହୋଇଥିବା ସମୀକ୍ଷା ବୈଠକରେ ଅଭୟ ଦକ୍ଷିଣ ପଶ୍ଚିମାଞ୍ଚଳରେ ଥିବା ୬ଟି ଜିଲାର ସୁରକ୍ଷା ସ୍ଥିତି ସମୀକ୍ଷା କରିଥିଲେ। ବୈଠକରେ ମାଓବାଦୀଙ୍କ ସହ ମୁକାବିଲା, ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଉପାନ୍ତ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧିକୁ ପୋଲିସ ପ୍ରଶାସନ ଦୁର୍ବଳ କରିଛି । ଆଗାମୀ ଦିନରେ ମଧ୍ୟ ଏହି ପ୍ରୟାସ ଜାରି ରହିବ ବୋଲି ସେ ଆଶାବ୍ୟକ୍ତ କରିଥିଲେ। ଏହି ଅବସରରେ ସେ ମାଓବାଦୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆହ୍ବାନ ଦେଇଥିଲେ। ଯେଉଁମାନେ ଆତ୍ମସମର୍ପଣ କରିବେ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ରହିଥିବା ଥଇଥାନ ନୀତି ଅନୁସାରେ ସମସ୍ତ ସହାୟତା ମିଳିବ ବୋଲି ଡିଜି ପ୍ରକାଶ କରିଥିଲେ। ଡିଜି ଅଭୟଙ୍କ ସହ ଗୋଇନ୍ଦା ନିର୍ଦ୍ଦେଶକ ଆର୍‌.କେ.ଶର୍ମା, ଆଇଜି ଯଶୱନ୍ତ ଜେଠୁଆ, ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ପଣ୍ଡିତ ରାଜେଶ ଉତମରାଓ, କୋରାପୁଟ ଏସ୍‌ପି ବରୁଣ ଗୁଣ୍ଟୁପାଲିଙ୍କ ସମେତ ଡିଆଇଜି ସର୍କଲ ଅଧୀନରେ ଥିବା ସମସ୍ତ ଜିଲାର ଏସ୍‌ପି, ବିଏସ୍‌ଏଫ୍‌ର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଅତିରିକ୍ତ ଏସ୍‌ପି ଉତ୍କଳ ରଞ୍ଜନ ଦାସ, ଆର୍‌ଆଇ ସୁବାସ ଚନ୍ଦ୍ର ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri