‘ମାଓବାଦୀଙ୍କ ଗତିବିଧି ଦୁର୍ବଳ ହୋଇଛି’

କୋରାପୁଟ,୭ା୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତ କରି ନବନିର୍ମିତ ସଶସ୍ତ୍ର ପୋଲିସ ଆର୍‌ଆଇ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଅଞ୍ଚଳର ଆଇନଶୃଙ୍ଖଳା, ମାଓବାଦୀ ଦମନ ଏବଂ ଗଞ୍ଜେଇ ଚୋରାଚାଲାଣ ଉପରେ ସେ ସମୀକ୍ଷା କରିଥିଲେ। ଗଞ୍ଜେଇ ଚୋରାଚାଲାଣ ରୋକିବାରେ ପୋଲିସର ଭୂମିକାକୁ ସେ ସନ୍ତୋଷ ପ୍ରକାଶ କରିଥିଲେ। କୋରାପୁଟସ୍ଥିତ ଡିଆଇଜି କାର୍ଯ୍ୟାଳୟଠାରେ ହୋଇଥିବା ସମୀକ୍ଷା ବୈଠକରେ ଅଭୟ ଦକ୍ଷିଣ ପଶ୍ଚିମାଞ୍ଚଳରେ ଥିବା ୬ଟି ଜିଲାର ସୁରକ୍ଷା ସ୍ଥିତି ସମୀକ୍ଷା କରିଥିଲେ। ବୈଠକରେ ମାଓବାଦୀଙ୍କ ସହ ମୁକାବିଲା, ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଉପାନ୍ତ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧିକୁ ପୋଲିସ ପ୍ରଶାସନ ଦୁର୍ବଳ କରିଛି । ଆଗାମୀ ଦିନରେ ମଧ୍ୟ ଏହି ପ୍ରୟାସ ଜାରି ରହିବ ବୋଲି ସେ ଆଶାବ୍ୟକ୍ତ କରିଥିଲେ। ଏହି ଅବସରରେ ସେ ମାଓବାଦୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆହ୍ବାନ ଦେଇଥିଲେ। ଯେଉଁମାନେ ଆତ୍ମସମର୍ପଣ କରିବେ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ରହିଥିବା ଥଇଥାନ ନୀତି ଅନୁସାରେ ସମସ୍ତ ସହାୟତା ମିଳିବ ବୋଲି ଡିଜି ପ୍ରକାଶ କରିଥିଲେ। ଡିଜି ଅଭୟଙ୍କ ସହ ଗୋଇନ୍ଦା ନିର୍ଦ୍ଦେଶକ ଆର୍‌.କେ.ଶର୍ମା, ଆଇଜି ଯଶୱନ୍ତ ଜେଠୁଆ, ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ପଣ୍ଡିତ ରାଜେଶ ଉତମରାଓ, କୋରାପୁଟ ଏସ୍‌ପି ବରୁଣ ଗୁଣ୍ଟୁପାଲିଙ୍କ ସମେତ ଡିଆଇଜି ସର୍କଲ ଅଧୀନରେ ଥିବା ସମସ୍ତ ଜିଲାର ଏସ୍‌ପି, ବିଏସ୍‌ଏଫ୍‌ର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଅତିରିକ୍ତ ଏସ୍‌ପି ଉତ୍କଳ ରଞ୍ଜନ ଦାସ, ଆର୍‌ଆଇ ସୁବାସ ଚନ୍ଦ୍ର ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri