ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିଛନ୍ତି। ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ ସିକିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ପାଇବା ପରେ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନକୁ ଜୋରଦାର କରିଥିଲେ। ଏହି କୋମ୍ବିଂ ଅପରେଶନ ବେଳେ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଆଇଇଡି ବିସ୍ଫୋରକ ବିଛାଇଥିଲେ । କିନ୍ତୁ ମାଓବାଦୀଙ୍କ ଏହି ଯୋଜନାକୁ ବିଏସଏଫ ୧୩୬ ବାଟାଲିୟନ ପଣ୍ଡ କରି ଥିବା ଜଣାପଡିଛି । ଜଙ୍ଗଲରୁ ୧୮ଟି ଜିଲାଟିନ, ୧୭ଟି ବ୍ୟାଟେରୀ, ଗୋଟିଏ ସୋଲାର ପ୍ଲେଟ, ୮ଟି ଡିଟୋନେଟର, ୧୨ ମିଟର ଫିଉଜ ତାର, ୧୫ ମିଟର ବିଦ୍ୟୁତ୍‌ ତାର, ୯ଟି ତୀକ୍ଷଣ ଲୁହା ଛଡ଼, ୨ କୁରାଡ଼ି, ପାଣି ବୋତଲ,କେନ, ଜୋତା, ପଲିଥିନ ଆଦି ସାମଗ୍ରୀ ଜବତ ପରେ ସମଗ୍ର କନ୍ଧମାଳ ଜିଲାକୁ ମାଓ ମୁକ୍ତ କରିବାକୁ ଘଞ୍ଚ ଜଙ୍ଗଲ ଗୁଡିକରେ ଜୋରଦାର ଅପରେଶନ ଚାଲିଥିବା ବିଷୟ ବିଏସଏଫ ପକ୍ଷରୁ ସୂଚନା ମିଳିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ଫେରିଲେ ବିଧାୟକ: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଚାଲିଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ଚାଲିବ ମତଦାନ। ୫ଟାରେ…

IPL 2026 ବଡ଼ ଧମାକା କରିବେ ବୈଭବ ସୂର୍ଯ୍ୟବଂଶୀ! ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୬।୩: ଭାରତୀୟ କ୍ରିକେଟର ଉଦୀୟମାନ ଯୁବ ତାରକାଙ୍କ ମଧ୍ୟରୁ ଜଣେ ବୈଭବ ସୂର୍ଯ୍ୟବଂଶୀ ଏବେ ଏକ ପ୍ରମୁଖ ଲକ୍ଷ୍ୟ ସହିତ 2026 IPL ସିଜିନରେ ଆରମ୍ଭ କରିବାକୁ…

ଅସ୍ବାଭାବିକ ଋତୁ ପରିବର୍ତ୍ତନ ଜୀବଜଗତର ଆଚରଣ ବଦଳାଉଛି

ଓ୍ବାଶିଂଟନ୍‌ ,୧୬ା୩: ଜଳବାୟୁ ପରିବର୍ତ୍ତନ ଏବେ ବିଶ୍ୱ ସମାଜ ପାଇଁ ସବୁଠୁ ଚିନ୍ତାଜନକ ହୋଇପଡ଼ିଛି। ଜଳବାୟୁ ପରିବର୍ତ୍ତନର ଦୀର୍ଘସୂତ୍ରୀ ପ୍ରଭାବ ମାନବ ସମାଜ ପାଇଁ କେତେ ଅନିଷ୍ଟକର,…

ଆରାବଳୀ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ,୧୬ା୩(ପି.ଟି.): ଆରାବଳୀ ପର୍ବତମାଳାର ସାର୍ବଜନିକ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ଉଚ୍ଚ କ୍ଷମତାସମ୍ପନ୍ନ ବିଶେଷଜ୍ଞ କମିଟି ଗଠନ ନିମନ୍ତେ କେନ୍ଦ୍ରୀୟ କ୍ଷମତାପ୍ରାପ୍ତ କମିଟି ଦେଇଥିବା ପ୍ରସ୍ତାବ ଉପରେ…

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦…

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ଓଡ଼ିଶା ପୋଲିସ ଲେଖାଥିବା ଡ୍ରେସ୍ ପିନ୍ଧି…

ଅତାବିରା,୧୬ା୩(ଯୁଧିଷ୍ଠିର ମହାପାତ୍ର):ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଗିରଫ ନକଲି…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା…

Video: ଡ୍ରୋନ ଆକ୍ରମଣରେ ହୁତୁହୁତୁ ହୋଇ ଜଳିଲା ଦୁବାଇ ବିମାନ ବନ୍ଦର, ସମସ୍ତ ଉଡାଣ ବାତିଲ

ଦୁବାଇ,୧୬।୩: ସୋମବାର ସକାଳେ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଏକ ଜୋରଦାର ବିସ୍ଫୋରଣ ପରେ ଦୁବାଇରେ ଆତଙ୍କ ଖେଳିଗଲା, ଯାହା ଏକ ଡ୍ରୋନ ଦୁର୍ଘଟଣା ଯୋଗୁ ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri