ପୁଣି ଲାଗିଲା ମାଓବାଦୀ ପୋଷ୍ଟର: ୧୫ରୁ ୭ ଜିଲାକୁ ବନ୍ଦ ଡାକରା

ବାଲିଗୁଡ଼ା,୧୪।୫:(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ପୁଣି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ମାଓବାଦୀ ସଂଗଠନ। ଦାରିଙ୍ଗବାଡ଼ି ଥାନା ଅଧୀନ ୫୯ ନମ୍ବର ଜାତୀୟ ରାଜପଥର ଏକାଧିକ ସ୍ଥାନରେ ରବିବାର ମାଓବାଦୀ ବ୍ୟାନର ଏବଂ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏପରିକି କୋଟଗଡ଼ ଥାନା ବଣ୍ଡାପିପିଲି ଅଞ୍ଚଳରେ ମଧ୍ୟ ମାଓବାଦୀ ପୋଷ୍ଟର, ବ୍ୟାନର ଦେଖିବାକୁ ମିଳିଛି । ୫୯ ନମ୍ବର ଜାତୀୟ ରାଜପଥର ସିମନବା ଟୋଲଗେଟ ନିକଟ ଓ ବୁଡ଼ାଗୁଡ଼ା ଛକ ଏବଂ ବଣ୍ଡାପିପିଲିରାସ୍ତା କଡ଼ରେ ୧୨ ଦଫା ଦାବି ନେଇ ମେ ୧୫ ତାରିଖରେ ୭ଜିଲାକୁ ବନ୍ଦ ଡାକରା ଦେଇଛି ସିପିଆଇ ମାଓବାଦୀ। ୭ ଜିଲା ମଧ୍ୟରେ କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, ବୌଦ୍ଧ, କଳାହାଣ୍ଡି ଓ ନୟାଗଡ଼ ଜିଲା ଅନ୍ତର୍ଭୁକ୍ତ ।

ଦୁଇଦିନ ତଳେ ଫିରିଙ୍ଗିଆ ଥାନା ସୁମେରବନ୍ଧ ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କୁ ମାଓବାଦୀମାନେ ଘରୁ ଡାକିନେଇ ଗୁଳିକରି ହତ୍ୟା କରିଥିଲେ । ଶନିବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲଙ୍କ ସହିତ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଆଇଜି ଅପେରଶନ ଅମିତାଭ ଠାକୁର, ଦକ୍ଷିଣାଞ୍ଚଳ ଆଇଜି , ସିଆର୍‌ପିଏଫ କମାଣ୍ଡାଣ୍ଟ ସଞ୍ଜୀବ କୁମାର, ବିଏସ୍‌ଏଫ ଆଇଜି ଦୀନେଶ କୁମାର ଶର୍ମାଙ୍କ ସମେତ ରାଜ୍ୟର ୫ ବରିଷ୍ଠ ପୋଲିସ ଅଧିକାରୀ କନ୍ଧମାଳ ଗସ୍ତରେ ଆସି ବିଭିନ୍ନ ସିଆର୍‌ପିଏଫ ଓ ବିଏସ୍‌ଏଫ କ୍ୟାମ୍ପ ବୁଲିବା ସହ ମାଓବାଦୀଙ୍କ ଗତିବିଧି ଉପରେ ସମୀକ୍ଷା କରି ଫେରିଥିଲେ। ଏଭଳିସ୍ଥିତିରେ ରବିବାର ଦାରିଙ୍ଗବାଡ଼ି ଓ କୋଟଗଡ ଥାନା ଅଞ୍ଚଳରେ ମାଓବାଦୀ ବ୍ୟାନର୍‌ ପୋଷ୍ଟର ମାରି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ମାଓବାଦୀ ସଂଗଠନ। ଅନ୍ୟପକ୍ଷରେ କିଛି ବର୍ଷ ହେବ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି ଜଣାପଡ଼ୁ ନ ଥିବା ବେଳେ ବର୍ତ୍ତମାନ ପୁଣି ମାଓବାଦୀ ଅଞ୍ଚଳରେ ଉପସ୍ଥିତି ଜାହିର କରିବା ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri