ବଜାରରେ ଲାଗିଲା ମାଓବାଦୀ ପୋଷ୍ଟର

ଲାଠୋର,୧୫ା୫(ଡି.ଏନ.ଏ.): କିଛି ଦିନର ନୀରବତା ପରେ ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ଘୁନସର ଓ ପୁଟକେଲଚୁଆ ଗ୍ରାମ ମଝି ବଜାର ପାଣ୍ଡାଲରେ ମାଓବାଦୀମାନେ ବ୍ୟାନର ମାରି ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି। ପାଣ୍ଡାଲର ଦୁଇଟି ସ୍ଥାନରେ ଲାଲରଙ୍ଗର ବ୍ୟାନର ମରାଯାଇଥିବା ରବିବାର ଦେଖିବାକୁ ମିଳିଥିଲା। ଓଡ଼ିଆ ଏବଂ ହିନ୍ଦୀରେ ଲେଖା ହୋଇଥିବା ବ୍ୟାନରରେ ମାଓବାଦୀମାନେ ପୋଲିସର ଦମନଲୀଳା ବିରୋଧରେ ଆସନ୍ତା ୨୦ତାରିଖରେ ଓଡ଼ିଶା ବନ୍ଦ ସଫଳ କରିବାକୁ ଆହ୍ବାନ ଦିଆଯାଇଛି। ଗତ ୨ବର୍ଷ ଭିତରେ ପୋଲିସ ଗୁଳିରେ ମୃତ ୨୦ବିପ୍ଳବୀଙ୍କୁ ହତ୍ୟା ପ୍ରତିବାଦରେ ବନ୍ଦକୁ ସଫଳ କରିବାକୁ ଏଥିରେ ଆହ୍ବାନ ଦିଆଯାଇଛି। କମ୍ରେଡ଼ ରବିନ୍ଦ୍ର, କମ୍ରେଡ଼ ରୋହିତ ଅମର ରହେ ଲେଖାଯାଇ ଶେଷରେ ଭାରତ କମ୍ୟୁନିଷ୍ଟ ପାର୍ଟି ମାଓବାଦୀ ଓଡ଼ିଶା ରାଜ୍ୟ କମିଟି ସୂଚନା ଦିଆଯାଇଛି। ରବିବାର ଘୁନସର ବଜାର ଥିବାରୁ ମାଓବାଦୀ ବ୍ୟାନର ଲୋକଙ୍କ ଭିତରେ ଭୟ ସଞ୍ଚାର କରିଥିଲା। ଲାଠୋର ପୋଲିସ ମାଓବାଦୀ ବ୍ୟାନରକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

ଜଙ୍ଗଲ ଜମିରୁ ମୋରମ ଲୁଟ୍‌

କୋରେଇ,୧୬।୪(ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ରଗ ଅଞ୍ଚଳରେ ଦିନକୁ ଦିନ ରାଜସ୍ବ ଲୁଟ୍‌ ବୃଦ୍ଧି ପାଉଛି । ନିକଟସ୍ଥ ଜଙ୍ଗଲ ଜମିରୁ ମୋରମ...

ସ୍କ୍ବାଡ୍‌ ଗଠନ ହୋଇଛି, ପ୍ରଶାସନିକ ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା, ୧୬ା୪ (ଜଗନ୍ନାଥ ଧଳ):କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ...

ସମସ୍ୟା ଘେରରେ ପଟ୍ଟାମୁଣ୍ଡାଇ ବ୍ଲକ, ମ୍ୟୁନିସିପାଲିଟି

ପଟ୍ଟାମୁଣ୍ଡାଇ, ୧୬ା୪(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲାର ରାଜନଗର ଏକ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ ପଟ୍ଟାମୁଣ୍ଡାଇ-ରାଜନଗର ଅଞ୍ଚଳକୁ ନେଇହୋଇଛି। ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଓ ମ୍ୟୁନିସିପାଲିଟି ଅବହେଳିତ ଅବସ୍ଥାରେ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri