ରାସ୍ତାପାର୍ଶ୍ୱରେ ଲାଗିଲା ମାଓବାଦୀ ପୋଷ୍ଟର: ଠିକାଦାର, ଜନପ୍ରତିନିଧିଙ୍କୁ ଟାର୍ଗେଟ୍‌

ପାଇକମାଳ,୨୬ା୭(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ମାଓବାଦୀମାନେ ଦୀର୍ଘଦିନର ବ୍ୟବଧାନ ପରେ ପୁଣି ସେମାନଙ୍କ ସ୍ଥିତି ଜାହିର୍‌ କରିଛନ୍ତି । ବୁଧବାର ସକାଳୁ ଜାମସେଠ ଗ୍ରାମର ବସଷ୍ଟାଣ୍ଡ ନିକଟ ବୁଲାଣି ରାସ୍ତା ପାର୍ଶ୍ୱରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ପୋଷ୍ଟରଗୁଡ଼ିକ ଓଡ଼ିଆ ଏବଂ ହିନ୍ଦୀଭାଷାରେ ଲେଖାଯାଇଛି । ଓଡ଼ିଆ ଭାଷାରେ ଲେଖାଥିବା ପୋଷ୍ଟରରେ ଆସନ୍ତା ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଗାଁ ଗାଁରେ ସହିଦ ସପ୍ତାହ ପାଳନ କରିବାକୁ ମାଓବାଦୀମାନେ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି । ସେହିପରି ହିନ୍ଦୀଭାଷାରେ ଲେଖାଥିବା ପୋଷ୍ଟରରେ ଦୁର୍ନୀତିଗ୍ରସ୍ତ ଲୋକଙ୍କୁ କଡ଼ା ଚେତାବନୀ ଦିଆଯାଇଛି। ଏଥିରେ ସରପଞ୍ଚ, ସମିତିସଭ୍ୟ ଏବଂ ଠିକାଦାରଙ୍କୁ ଟାର୍ଗେଟ୍‌ କରାଯାଇଛି। ଜେସିବି ମେଶିନ ବଦଳରେ ଶ୍ରମିକଙ୍କୁ ଲଗାଇ କାମ କରିବା ଏବଂ ଦୈନିକ ୪୦୦ ଟଙ୍କା ଲେଖାଏ ମଜୁରୀ ଦେବାକୁ ଠିକାଦାରଙ୍କ ଉଦ୍ଦେଶ୍ୟରେ ପୋଷ୍ଟରରେ ଲେଖାଯାଇଛି। ସେହିପରି ସରପଞ୍ଚ, ସମିତିସଭ୍ୟ, ଓ୍ବାର୍ଡସଭ୍ୟଙ୍କ ଉଦ୍ଦେଶ୍ୟଥି ଲେଖାଥିବା ପୋଷ୍ଟରରେ ଠିକାକାମରେ ମୁଣ୍ଡ ନ ପୂରାଇ ଜନସେବା କରିବା ପାଇଁ କୁହାଯାଇଛି। ଏଥିରେ ଖିଲାପ କଲେ ସମ୍ପୃକ୍ତ ଠିକାଦାର, ସରପଞ୍ଚ, ସମିତିସଭ୍ୟ, ଓ୍ବାର୍ଡସଭ୍ୟଙ୍କୁ ପ୍ରଜାକୋର୍ଟରେ ଦଣ୍ଡିତ କରାଯିବ ବୋଲି ଚେତାବନୀ ଦିଆଯାଇଛି। ପୋଷ୍ଟରରେ ପାଇକମାଳ ବ୍ଲକର ମିଠାପାଲି, ବରତୁଣ୍ଡା, ଜାମସେଠ, ଛିନ୍ଦେଇକେଲା, ମାଣ୍ଡୋସିଲ, ଝାରବନ୍ଧ ପଞ୍ଚାୟତର ନାମ ରହିଛି। କିଛିଲୋକ ଗୁଣ୍ଡାଗର୍ଦ୍ଦି କରି ମହିଳାଙ୍କ ଉପରେ ଅତ୍ୟାଚାର କରୁଥିବା ସତ୍ତ୍ବେ ପୋଲିସ ମାମଲା ରୁଜୁ କରୁ ନାହିଁ, ଏଭଳି ସ୍ଥଳେ ସମ୍ପୃକ୍ତ ଲୋକେ ଗୁଣ୍ଡାଗର୍ଦ୍ଦି ନ ଛାଡ଼ିଲେ ସେମାନଙ୍କୁ ମଧ୍ୟ ପ୍ରଜାକୋର୍ଟରେ ଦଣ୍ଡିତ କରାଯିବ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି। ପୋଷ୍ଟର ତଳେ ବଲାଙ୍ଗୀର-ବରଗଡ଼-ମହାସମୁଦ ଡିଭିଜନ ମାଓବାଦୀ କମିଟି ବୋଲି ଲେଖାଯାଇଛି। ଖବର ପାଇ ବୁଧବାର ସକାଳୁ ପାଇକମାଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପୋଷ୍ଟରଗୁଡ଼ିକୁ ଜବତ ସହିତ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ବଞ୍ଚିଛି ଗୁରୁ ଶିଷ୍ୟ ପରମ୍ପରା

ମହାକାଳପଡ଼ା,୧୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଭାରତୀୟ ବିଭିନ୍ନ ଧାର୍ମିକ ସଂସ୍କୃତି ପରମ୍ପରା ଖୁବ୍‌ ପ୍ରାଚୀନ କାଳରୁ ରହିଆସିଛି। ପାଶ୍ଚାତ୍ୟ ଧର୍ମ ଭିନ୍ନ ଥିବାବେଳେ ଭାରତୀୟ ଧାର୍ମିକ ସଂସ୍କୃତି...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri