ରାସ୍ତାପାର୍ଶ୍ୱରେ ଲାଗିଲା ମାଓବାଦୀ ପୋଷ୍ଟର: ଠିକାଦାର, ଜନପ୍ରତିନିଧିଙ୍କୁ ଟାର୍ଗେଟ୍‌

ପାଇକମାଳ,୨୬ା୭(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ମାଓବାଦୀମାନେ ଦୀର୍ଘଦିନର ବ୍ୟବଧାନ ପରେ ପୁଣି ସେମାନଙ୍କ ସ୍ଥିତି ଜାହିର୍‌ କରିଛନ୍ତି । ବୁଧବାର ସକାଳୁ ଜାମସେଠ ଗ୍ରାମର ବସଷ୍ଟାଣ୍ଡ ନିକଟ ବୁଲାଣି ରାସ୍ତା ପାର୍ଶ୍ୱରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ପୋଷ୍ଟରଗୁଡ଼ିକ ଓଡ଼ିଆ ଏବଂ ହିନ୍ଦୀଭାଷାରେ ଲେଖାଯାଇଛି । ଓଡ଼ିଆ ଭାଷାରେ ଲେଖାଥିବା ପୋଷ୍ଟରରେ ଆସନ୍ତା ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଗାଁ ଗାଁରେ ସହିଦ ସପ୍ତାହ ପାଳନ କରିବାକୁ ମାଓବାଦୀମାନେ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି । ସେହିପରି ହିନ୍ଦୀଭାଷାରେ ଲେଖାଥିବା ପୋଷ୍ଟରରେ ଦୁର୍ନୀତିଗ୍ରସ୍ତ ଲୋକଙ୍କୁ କଡ଼ା ଚେତାବନୀ ଦିଆଯାଇଛି। ଏଥିରେ ସରପଞ୍ଚ, ସମିତିସଭ୍ୟ ଏବଂ ଠିକାଦାରଙ୍କୁ ଟାର୍ଗେଟ୍‌ କରାଯାଇଛି। ଜେସିବି ମେଶିନ ବଦଳରେ ଶ୍ରମିକଙ୍କୁ ଲଗାଇ କାମ କରିବା ଏବଂ ଦୈନିକ ୪୦୦ ଟଙ୍କା ଲେଖାଏ ମଜୁରୀ ଦେବାକୁ ଠିକାଦାରଙ୍କ ଉଦ୍ଦେଶ୍ୟରେ ପୋଷ୍ଟରରେ ଲେଖାଯାଇଛି। ସେହିପରି ସରପଞ୍ଚ, ସମିତିସଭ୍ୟ, ଓ୍ବାର୍ଡସଭ୍ୟଙ୍କ ଉଦ୍ଦେଶ୍ୟଥି ଲେଖାଥିବା ପୋଷ୍ଟରରେ ଠିକାକାମରେ ମୁଣ୍ଡ ନ ପୂରାଇ ଜନସେବା କରିବା ପାଇଁ କୁହାଯାଇଛି। ଏଥିରେ ଖିଲାପ କଲେ ସମ୍ପୃକ୍ତ ଠିକାଦାର, ସରପଞ୍ଚ, ସମିତିସଭ୍ୟ, ଓ୍ବାର୍ଡସଭ୍ୟଙ୍କୁ ପ୍ରଜାକୋର୍ଟରେ ଦଣ୍ଡିତ କରାଯିବ ବୋଲି ଚେତାବନୀ ଦିଆଯାଇଛି। ପୋଷ୍ଟରରେ ପାଇକମାଳ ବ୍ଲକର ମିଠାପାଲି, ବରତୁଣ୍ଡା, ଜାମସେଠ, ଛିନ୍ଦେଇକେଲା, ମାଣ୍ଡୋସିଲ, ଝାରବନ୍ଧ ପଞ୍ଚାୟତର ନାମ ରହିଛି। କିଛିଲୋକ ଗୁଣ୍ଡାଗର୍ଦ୍ଦି କରି ମହିଳାଙ୍କ ଉପରେ ଅତ୍ୟାଚାର କରୁଥିବା ସତ୍ତ୍ବେ ପୋଲିସ ମାମଲା ରୁଜୁ କରୁ ନାହିଁ, ଏଭଳି ସ୍ଥଳେ ସମ୍ପୃକ୍ତ ଲୋକେ ଗୁଣ୍ଡାଗର୍ଦ୍ଦି ନ ଛାଡ଼ିଲେ ସେମାନଙ୍କୁ ମଧ୍ୟ ପ୍ରଜାକୋର୍ଟରେ ଦଣ୍ଡିତ କରାଯିବ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି। ପୋଷ୍ଟର ତଳେ ବଲାଙ୍ଗୀର-ବରଗଡ଼-ମହାସମୁଦ ଡିଭିଜନ ମାଓବାଦୀ କମିଟି ବୋଲି ଲେଖାଯାଇଛି। ଖବର ପାଇ ବୁଧବାର ସକାଳୁ ପାଇକମାଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପୋଷ୍ଟରଗୁଡ଼ିକୁ ଜବତ ସହିତ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?