ଓଡ଼ିଶାରେ ମାଓବାଦୀ ହିଂସା କମିଛି

ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ହରିୟାଣାର ସୂରଯକୁଣ୍ଡଠାରେ କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଆନୁକୂଲ୍ୟରେ ସମସ୍ତ ରାଜ୍ୟ ଗୃହମନ୍ତ୍ରୀଙ୍କୁ ନେଇ ଚିନ୍ତନ ଶିବିର ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ଓଡ଼ିଶାର ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଜାତୀୟ ସଂହତି ଦୃଢ଼ୀଭୂତ କରିବାରେ ଓଡ଼ିଶାର ଅବଦାନ ଯଥେଷ୍ଟ ରହିଛି। ଆଭ୍ୟନ୍ତରୀଣ ନିରାପତ୍ତା ଓ ଆଇନଶୃଙ୍ଖଳା, ପୋଲିସ ବ୍ୟବସ୍ଥା, ବେସାମରିକ ପ୍ରତିରକ୍ଷା ଏବଂ ହୋମ୍‌ଗାର୍ଡ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ସେ ତଥ୍ୟ ଉପସ୍ଥାପନ କରିଛନ୍ତି। ଓଡ଼ିଶା ବାମପନ୍ଥୀ ଉଗ୍ରବାଦ ଦମନ କ୍ଷେତ୍ରରେ ବିଶେଷ ସଫଳତା ହାସଲ କରିବା ସହ ମାଓବାଦୀ ହିଂସା କମ୍‌ ଥିବା ପ୍ରକାଶ କରିଛନ୍ତି। ପୋଲିସ ଗୁପ୍ତଚର ବ୍ୟବସ୍ଥା ଓ ନିରାପତ୍ତା ଦୃଢ଼ୀକରଣ ଯୋଗୁ ଏହା ସମ୍ଭବ ହୋଇପାରିଛି। ବର୍ତ୍ତମାନ ରାଜ୍ୟ ସରକାରଙ୍କ ପ୍ରଚେଷ୍ଟା ଯୋଗୁ ମାଲକାନଗିରିର ସ୍ବାଭିମାନ ଅଞ୍ଚଳ ସ୍ବାଭିମାନରେ ପରିଣତ ହୋଇଛି। ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା ଜିଲାରେ ଜଏଣ୍ଟ ଟାସ୍କ ଫୋର୍ସ ମୁତୟନ ହୋଇଛନ୍ତି। ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାଥମିକତା ପ୍ରଦାନ କରାଯାଇଥିବା ମନ୍ତ୍ରୀ ବେହେରା କହିଛନ୍ତି। ଓଡ଼ିଶାର ପୋଲିସ ଆଧୁନିକୀକରଣ, ସମୁଦ୍ରତଟ ସୁରକ୍ଷା, ଆଭ୍ୟନ୍ତରୀଣ ଆଇନଶୃଙ୍ଖଳାର ସ୍ଥିତି ଓ ମହତ୍ତ୍ୱ ସମ୍ବନ୍ଧରେ କହିବା ସହ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ପ୍ରଚେଷ୍ଟା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri