ଚରମାଳ ଅଞ୍ଚଳରେ ମାଓବାଦୀ ସକ୍ରିୟ, ଜାରି ରହିଛି ସର୍ଚ୍ଚ ଅପରେଶନ

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ବହୁଦିନର ନୀରବତା ପରେ ସମ୍ବଲପୁର ଜିଲାରେ ପୁଣିଥରେ ମାଓବାଦୀ ସକ୍ରିୟ ହୋଇଉଠିଥିବା ଅନୁମାନ କରାଯାଉଛି। ସୋନପୁର, ବୌଦ୍ଧ, ରେଢ଼ାଖୋଲ ଅଞ୍ଚଳର ଠେଙ୍ଗୋ ଡ୍ୟାମ ସଂଲଗ୍ନ ବିଭିନ୍ନ ସଂରକ୍ଷିତ ଜଙ୍ଗଲ ବିଶେଷକରି ଚରମାଳ ଥାନା ଅନ୍ତର୍ଗତ ଅଞ୍ଚଳରେ ମାଓବାଦୀ ସକ୍ରିୟ ଥିବା ଗୋଇନ୍ଦା ସୂଚନା ମିଳିଛି। ଏପରିକି କେତେକ ସ୍ଥାନରେ ମାଓବାଦୀ ପୋଷ୍ଟର ଲାଗିଥିବା ମଧ୍ୟ ସୂଚନା ମିଳିଛି। ତେବେ ଏଠାରେ ରହିଥିବା ମାଓବାଦୀଙ୍କ ସଂଖ୍ୟା ସଠିକ ଭାବେ ଜଣାପଡ଼ିନାହିଁ। ପୂର୍ବରୁ ସମ୍ବଲପୁରରେ ମାଓବାଦୀଙ୍କ ଗତିବିଧି ଥିବା ବେଳେ ଦୀର୍ଘବର୍ଷ ହେଲା ଏଠାରେ ମାଓବାଦୀଙ୍କୁ ଗତିବିଧି ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଅପରପକ୍ଷରେ ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ସୂଚନା ପରେ ଅର୍ଦ୍ଧ ସାମରିକ ବାହିନୀ, ଏସ୍‌ଓଜି ଯବାନଙ୍କୁ ପକ୍ଷରୁ ମିଳିତ ଭାବେ ଚରମାଳ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିବା ସୂଚନା ମିଳିଛି। ଏପରିକି ଚାରମାଳ ଓ ନାକଟିଦେଉଳ ଥାନାରେ ଏସ୍‌ଓଜି ଯବାନ ଡେରା ପକାଇଥିବା ମଧ୍ୟ ଖବର ମିଳିଛି।

ସୂଚନାଯୋଗ୍ୟ, ଛତିଶଗଡ଼ରେ ମାଓବାଦୀ ବିରୋଧୀ ଅପରେଶନ ‘କାଗାର’ର ବଡ଼ ସଫଳତା ପରେ ନିଜର ଅସ୍ତିତ୍ୱ ପାଇଁ ସଂଘର୍ଷରତ ମାଓବାଦୀ ଏବେ ଓଡ଼ିଶା ମୁହାଁ ହୋଇଥିବା ଅନୁମାନ କରାଯାଏ।
ଛତିଶଗଡ଼ରେ ସରଣ୍ଡା ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା ପରେ ଛତିଶଗଡ଼ ସୀମାନ୍ତ କେରେଗୁଟ୍ଟା ଜଙ୍ଗଲରେ ନକ୍ସଲ ଦମନ ଅଭିଯାନ ଜୋରଦାର ଚାଲିଥିଲା। ଫଳରେ ଛତିଶଗଡ଼ରେ ଧିରେ ଧିରେ ଭୁଶୁଡୁବାରେ ଲାଗିଛି ଲାଲ୍‌ବାହିନୀଙ୍କ ଗଡ଼। ଏଥିରେ ଅନେକ ମାଓବାଦୀ ନିହତ ହୋଇଥିବା ବେଳେ ଅନେକ ଆତ୍ମସମର୍ପଣ କରି ମୁଖ୍ୟ ସ୍ରୋତକୁ ଫେରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri