ପୁଣି ଉପସ୍ଥିତି ଜାହିର କଲେ ମାଓବାଦୀ, ପୋଡିଦେଲେ ୬ ଗାଡ଼ି

ଭବାନୀପାଟଣା,୨୬।୫(ସ୍ବ.ପ୍ର.): କିଛି ଦିନର ନୀରବତା ପରେ ପୁଣି କଳାହାଣ୍ଡିରେ ନିଜର ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ। ରାସ୍ତା କାମକୁ ବିରୋଧ କରି ୬ଟି ଗାଡି ପୋଡ଼ିଦେଇଥିବା ବେଳେ ମାଓବାଦୀ ପୋଷ୍ଟର ଲଗାଇ ଚେତାବନୀ ଦେଇଥିବା ଦେଖିବାକୁ ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲା ଭବାନୀପାଟଣାସଦର ଥାନା ଅଧୀନ ଯୁଗସାଇପାଟଣା-ପୋଖରୀଘାଟ-ମନସ୍କା ରାସ୍ତା କାମକୁ ବିରୋଧ କରି ୩ଟି ଟ୍ରାକ୍ଟର ୨ଟି ଟିପର ଏବଂ ଗୋଟିଏ ଜେସିବି ମେଶିନକୁ ଜାଳି ଦେଇଛନ୍ତି। ଏପରିକି ଘଟଣାସ୍ଥଳରେ ଏକ ପୋଷ୍ଟର ଲଗାଇ ମାଓବାଦୀମାନେ ରାସ୍ତା କାମକୁ ବିରୋଧ କରିଛନ୍ତି। ଗତ କିଛି ଦିନ ତଳେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ମାଓବାଦୀ ଏରିଆ କମାଣ୍ଡର ଲାଲସୁରଙ୍କୁ ପୋଲିସ ଗିରଫ କରି ଆତ୍ମସମର୍ପଣର ନାଁ ଦେଉଛି ବୋଲି ପୋଷ୍ଟରରେ ଉଲ୍ଲେଖ କରାଯାଇଛି। ଅନ୍ୟପକ୍ଷେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାଓବାଦୀ ପୋଷ୍ଟର ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri