ନବରଙ୍ଗପୁରରେ ମାଓବାଦୀ ସକ୍ରିୟ

ନବରଙ୍ଗପୁର,୨୮।୪(ବି.ପ୍ର.): ଛତିଶଗଡ଼ ଦାନ୍ତଓ୍ବୋଡ଼ାଠାରେ ବୁଧବାର ମାଓବାଦୀ ଆକ୍ରମଣରେ ଡିଆର୍‌ଜିର ୧୦ ଯବାନ ଏବଂ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ଘଟିବା ସହ ସୀମାନ୍ତ ଜିଲା ନବରଙ୍ଗପୁରରେ ଏସ୍‌ଓଜି ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବାବେଳେ ଜଙ୍ଗଲ ମଧ୍ୟରୁ ବିପୁଳ ପରିମାଣର ବିସ୍ଫୋରକ ଏବଂ ଗର୍ଭ ନିରୋଧକ ସାମଗ୍ରୀ ଜବତ ହୋଇଥିବା ଏସ୍‌ପି ଏସ୍‌. ସୁଶ୍ରୀ ଗୁରୁବାର ସୂଚନା ଦେଇଛନ୍ତି। ଏହି ଘଟଣାରୁ ନବରଙ୍ଗପୁର ଜିଲାରେ ମାଓବାଦୀ ସକ୍ରିୟ ଥିବା ସ୍ପଷ୍ଟ ହୋଇଛି। ବୁଧବାର ଏସ୍‌ଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ପରେ ସେଠାରୁ ଯେଉଁସବୁ ଜିନିଷ ଜବତ ହୋଇଛି ସେଥିରୁ ମହିଳା ମାଓବାଦୀଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବା ସନ୍ଦେହ ହେଉଛି ବୋଲି ରିଜର୍ଭ ପୋଲିସ କ୍ୟାମ୍ପଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ନବରଙ୍ଗପୁର ଏସ୍‌ପି କହିଛନ୍ତି।
ନବରଙ୍ଗପୁର ଜିଲା ରାଇଘର ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ଶୋଭା ଥାନା ଅଞ୍ଚଳ ସୀମାନ୍ତରେ ମାଓବାଦୀ ଗତିବିଧି ଖବର ମିଳିବାପରେ ମଙ୍ଗଳବାର ସେଠାରେ ଏସ୍‌ଓଜି ଯବାନଙ୍କ ୨ଟି ଟିମ୍‌ ମୁତୟନ କରାଯାଇଥିଲା। ବୁଧବାର ସକାଳ ପ୍ରାୟ ୯.୩୦ ସମୟରେ କମ୍ବିଂ ବେଳେ ଏସ୍‌ଓଜି ଯବାନଙ୍କ ସହ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ନୂଆପଡ଼ା ମେନପୁର ଡିଭିଜନ ଉଦନ୍ତି ଅଞ୍ଚଳର ସେଣ୍ଟ୍ରାଲ କମିଟି କ୍ୟାଡର ମାଓବାଦୀ ସିସିଏମ୍‌ ମୁରଲୀ, ଏସ୍‌ସିଏମ୍‌ କାର୍ତ୍ତିକ, ଏସ୍‌ସିଏମ୍‌ ଗୁଡୁ, ଏସିଏମ୍‌ ଆକାଶ, ଏସିଏମ୍‌ ନନ୍ଦାଲଙ୍କ ସମେତ ୨୦ରୁ ୨୫ ମାଓବାଦୀଙ୍କ ସହ ଗୁଳିବିନିମୟ ହୋଇଥିଲା। ସେମାନଙ୍କ ମଧ୍ୟରେ ୪ଜଣ ମହିଳା ମାଓବାଦୀ ଥିବା ନେଇ ଏସ୍‌ପି ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏସ୍‌ଓଜି ଯବାନଙ୍କୁ ଦେଖି ମାଓବାଦୀମାନେ ଗୁଳି ଚଳାଇଥିଲେ। ସେମାନଙ୍କ ମଧ୍ୟରେ ପ୍ରାୟ ଅଧଘଣ୍ଟା ଧରି ଗୁଳିବିନିମୟ ହୋଇଥିଲା। ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ମାଓବାଦୀମାନେ ଖସିପଳାଇବାରେ ସକ୍ଷମ ହୋଇଥିଲେ। ଜଙ୍ଗଲରୁ ବହୁ ପରିମାଣର ମାଓବାଦୀ ପୋଷ୍ଟର, ବ୍ୟାନର, ଦୁଇଟି ଟାଙ୍ଗିଆ, ଡିଟୋନେଟର, ବ୍ୟାଟେରି, ୫ଟି ଜୀବନ୍ତ ଗୁଳି, ଗୋଟିଏ ସୋଲାର ପ୍ଲେଟ୍‌, ଛତା, ଖାଦ୍ୟ ସାମଗ୍ରୀ, ପଲିଥିନ, ଗର୍ଭ ନିରୋଧକ, ଆପତ୍ତିଜନକ ଜିନିଷ, ମ୍ୟାଲେରିଆ କିଟ୍‌, ଔଷଧ ଆଦି ଜବତ ହୋଇଥିବା ଏସ୍‌୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ...

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri