ମାଟିତଳେ ବିସ୍ଫୋରକ ସାମଗ୍ରୀ ପୋତିଥିଲେ ମାଓବାଦୀ, ଦମ୍‌ ଦେଖାଇଲେ ଯବାନ

ମାଲକାନଗିରି,୨୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ଥାନା ସିଲାକୋଟା ସଂରକ୍ଷିତ ଜଙ୍ଗଲରୁ ମାଓବାଦୀ ସାମଗ୍ରୀ ଜବତ ହୋଇଛିି। ସୂଚନାନୁଯାୟୀ, ଶନିବାର ବିଏସ୍‌ଏଫ୍‌ ୧୪୨ ବାଟାଲିୟନ ଯବାନମାନେ ବାପନପାଲ୍ଲୀ-ସିଲାକୋଟା ଜଙ୍ଗଲରେ କୋମ୍ବିଂ କରୁଥିବା ବେଳେ ସିଲାକୋଟ ସଂରକ୍ଷିତ ଜଙ୍ଗଲର ଏକ ଗଛମୂଳେ ମାଓବାଦୀ ସାମଗ୍ରୀ ଥିବା ଜାଣିବାକୁ ପାଇଥିଲେ। ଉକ୍ତ ଅଞ୍ଚଳ ସର୍ଚ୍ଚ କରିବା ପରେ ସେହି ଅଞ୍ଚଳରୁ ତିନୋଟି ପ୍ରେସର ବୋମା, ୨୦ ମିଟର କୋଡେକ୍ସ ତାର, ୨୪ ଜିଲଟିନ ଷ୍ଟିକ୍‌, ୨ ବଣ୍ଡଲ ବିଦ୍ୟୁତ୍‌ତାର ଜବତ କରିଥିଲେ। ତେବେ ଏହି ସାମଗ୍ରୀଗୁଡ଼ିକ ସିଲାକୋଟା ଜଙ୍ଗଲର ଆରମ୍ଭରୁ ୩୦୦ ମିଟର ମଧ୍ୟରେ ତିନୋଟି ସ୍ଥାନରେ ମାଟି ତଳେ ପୋତା ହୋଇ ରଖାଯାଇଥିଲା। ତେବେ ଏହା ବିସ୍ଫୋରଣ ହେବା ପୂର୍ବରୁ ଯବାନମାନେ ସେମାନଙ୍କ ଦମ୍‌ ଦେଖାଇ ମାଓବାଦୀଙ୍କ ଉକ୍ତ ଯୋଜନାକୁ ପଣ୍ଡ କରିଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୧ରେ ସିଲାକୋଟା ଜଙ୍ଗଲର ଏକ କ୍ୟାମ୍ପରେ ମାଓବାଦୀମାନେ ବୈଠକ କରୁଥିବା ସମୟରେ ଯବାନମାନଙ୍କ ଆକ୍ରମଣରେ ୧୪ ମାଓବାଦୀଙ୍କର ମୃତ୍ୟୁ ହୋଇଥିଲା ା ସେଥିରେ ମାଲକାନଗିରି ଜିଲାର ଅନେକ ଯୁବତୀ ଯୁବକଙ୍କର ମୃତ୍ୟୁ ହୋଇଥିଲା। ତେବେ ଏହି ଜବତ ସାମଗ୍ରୀଗୁଡିକ ବହୁ ବର୍ଷ ପୂର୍ବରୁ ଯବାନମାନଙ୍କୁ ଟାର୍ଗେଟ କରି ମାଟି ତଳେ ପୋତା ହୋଇଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

ବିକାଶ: ସ୍ବପ୍ନ ଓ ବାସ୍ତବତା

ଖବରକାଗଜ ବା ଟିଭି ଚାନେଲ ଖୋଲିଲେ ବିକଶିତ ଭାରତ କଥା ଶୁଣିବାକୁ ବା ପଢ଼ିବାକୁ ମିଳେ, କିନ୍ତୁ ସେହି ବିକଶିତ ଭାରତର ସ୍ବରୂପ କ’ଣ ହେବ, କାହାର…

ତିନି ଘଣ୍ଟାର ଗସ୍ତ

ନୂଆଦିଲ୍ଲୀରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ବିଜ୍‌ନେସ ସମ୍ପର୍କିତ ଆଲୋଚନା ପାଇଁ ତିନି ଘଣ୍ଟା ଯଥେଷ୍ଟ ସମୟ। ତେବେ ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ…

ଟ୍ରମ୍ପ୍‌ଙ୍କ ଆପ୍ରବାସନ ନୀତି ବିରୋଧରେ ଦେଶବ୍ୟାପୀ ଧର୍ମଘଟ

ଓ୍ବାଶିଂଟନ,୩୧ା୧: ମିନିଆପଲିସ୍‌ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଆପ୍ରବାସନ ଚଢ଼ାଉ ବିରୋଧରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ବିକ୍ଷୋଭକାରୀ ଆହ୍ବାନ ଦେଇଥିଲେ। ତଦନୁଯାୟୀ ଶୁକ୍ରବାରଠାରୁ ବିଭିନ୍ନ ଅଞ୍ଚଳରେ କାର୍ଯ୍ୟାଳୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri