ସୀମାନ୍ତରେ ୩ ଗାଡ଼ି ପୋଡ଼ିଲେ ମାଓବାଦୀ

ମାଲକାନଗିରି,୧୫ା୩(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲାରେ ଗତ ଏକ ମାସ ମଧ୍ୟରେ ମାଓବାଦୀମାନେ ଦୁଇଥର ଗାଡି ଜାଳିବା ସହ ଅନେକ ହିଂସାକାଣ୍ଡ ଘଟାଇଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ପୁଣି ଜିଲାର ନାଏମଡ ଥାନା ଅଞ୍ଚଳରେ ୩ଟି ଗାଡି ପୋଡିଛନ୍ତି।
ନାଏମଡ ଥାନା ଅଞ୍ଚଳର ମିଙ୍ଗାଚାଲ ନଦୀରେ ବାଲି ପରିବହନକୁ ବିରୋଧ କରି ମାଓବାଦୀମାନେ ୩ଟି ଗାଡିରେ ନିଆଁ ଲଗାଇ ଦେଇଥିଲେ। ସମସ୍ତ ଗାଡି ପୋଡି ପାଉଁଶ ହୋଇଯାଇଛି। ଏ ସମ୍ପର୍କରେ ଖବରପାଇ ନାଏମଡ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ ଗାଡି ମାଲକଙ୍କ ମଧ୍ୟରେ ପୁଣି ଆତଙ୍କ ଖେଳିଯାଇଛି। ଅନ୍ୟପଟେ ବସ୍ତର ଜିଲାର ଭୋପାଲପାଟଣା ଥାନା ଅନ୍ତର୍ଗତ ଜାତୀୟ ରାଜପଥର ଜଙ୍ଗଲ ନାକାଠାରୁ ରୁଦ୍ରାରାମ ପର୍ଯ୍ୟନ୍ତ ବହୁ ପରିମାଣର ଲିଫଲେଟ ପକାଇଛନ୍ତି। ଲିଫଲେଟରେ କରଣ୍ଡମ ଖଣି ବିରୋଧରେ ଲେଖାଯାଇଛି। ଧାନଗୋଲର କୁଚନୋର ଖଣି କମ୍ପାନୀକୁ କରଣ୍ଡୁମ ଖଣି ହସ୍ତାନ୍ତର କରିବାକୁ ମାଓବାଦୀମାନେ ଉକ୍ତ ଲିଫଲେଟରେ ନିନ୍ଦା କରିଛନ୍ତି। ପୁଞ୍ଜିପତିଙ୍କୁ ଖୁସି କରିବା ପାଇଁ ଆଦିବାସୀ ଅଞ୍ଚଳର ସମସ୍ତ ପ୍ରକାର ଖଣିଜ ସମ୍ପଦକୁ ଅତି କମ୍‌ ମୂଲ୍ୟରେ ବିକ୍ରି କରାଯାଉଛି। ଏହାକୁ ବନ୍ଦ କରାଯାଉ ବୋଲି ମଧ୍ୟ ଲିଫଲେଟରେ ଉଲ୍ଲେଖ ରହିଛି। ପୋଲିସ ଏହି ଲିଫଲେଟଗୁଡିକୁ ଜବତ କରଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri