ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ବନ୍ଦ ପାଳନ କରିବାକୁ ମାଓବାଦୀଙ୍କ ଆହ୍ବାନ

ରାୟଗଡ଼ା/ମୁନିଗୁଡ଼ା,୧୩।୨(ଆଶିଷ ରଞ୍ଜନ ପଣ୍ଡା/ ନନ୍ଦ କିଶୋର ପଟ୍ଟନାୟକ): ପୋଲିସ ‘ଅପରେଶନ କାଗାର’କୁ ମାଓବାଦୀମାନେ ବିରୋଧ କରି ଗୁରୁବାର ପୂର୍ବ ଛତିଶଗଡ଼ ଏବଂ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ୨୪ ଘଣ୍ଟିଆ ବନ୍ଦ ପାଳନ ସଫଳ କରିବାକୁ ସିପିଆଇ ମାଓବାଦୀଙ୍କ ପକ୍ଷରୁ ରାୟଗଡ଼ା ଜିଲାର ମୁନିଗୁଡା ଥାନା ଅଧୀନ ସକଟା ଗ୍ରାମ ଛକ ଓ କଲ୍ୟାଣସିଂପୁର ବ୍ଲକ୍‌ ନାରୀଙ୍ଗତୋଳା ଗ୍ରାମରେ ପୋଷ୍ଟର ଓ ବ୍ୟାନର ଲଗାଯାଇଥିବା ଦେଖିବାକୁ ମିଳିଛି।

ଅପରେଶନ କାଗାର ନାମରେ ଦଣ୍ଡକାରଣ୍ୟ, ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶାର କ୍ରାନ୍ତିକାରୀ ଆନ୍ଦୋଳନ ଉପରେ କରାଯାଉଥିବା ଆକ୍ରମଣକୁ ବିରୋଧକରି ଏହି ବନ୍ଦ ପାଳନ ନିଷ୍ପତ୍ତି ନିଆଯାଇଥିବା ପୋଷ୍ଟରରେ ଉଲ୍ଲେଖ ରହିଛି।

ପୋଲିସ ଦ୍ୱାରା ନିରୀହ ଆଦିବାସୀଙ୍କୁ ମାଓବାଦୀ ନାମରେ ହତ୍ୟା କରାଯାଉଥିବାରୁ ଆନ୍ଦୋଳନକୁ ତୀବ୍ର କରିବାକୁ ଏହି ପୋଷ୍ଟର ଓ ବ୍ୟାନର ମାଧ୍ୟମରେ ଆହ୍ବାନ ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପାର ବିଷ୍ଣୁଦେବ ସାଏ ଓ ମୋହନ ଚରଣ ମାଝୀ ପ୍ରମୁଖ ସରକାରଙ୍କ ଦ୍ୱାରା ଚଳାଯାଉଥିବା ଆକ୍ରମଣ ଓ କୁଲାଡିଘାଟି ନରସଂହାର ବିରୋଧରେ ସିପିଆଇ(ମାଓବାଦୀ) ସଂଗଠନ ପକ୍ଷରୁ ଓଡ଼ିଶା ବନ୍ଦକୁ ସଫଳ କରିବା ନେଇ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି ।

ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାଓବାଦୀ ପୋଷ୍ଟର ଓ ବ୍ୟାନର ଜବତ କରିବା ସହିତ କୋମ୍ବିଂ ଅପରେଶନକୁ ଜୋର୍‌ଦାର କରାଯାଇଛି । ସୂଚନାଯୋଗ୍ୟ, ଗୁରୁବାର ୨୪ ଘଣ୍ଟିଆ ବନ୍ଦ ପାଳନକୁ ସଫଳ କରିବାକୁ ବୁଧବାର ସିପିଆଇ(ମାଓବାଦୀ) ସଙ୍ଗଠନ ପ୍ରେସ୍‌ ବିଜ୍ଞପ୍ତି ଜାରି କରିଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri