Posted inଜାତୀୟ

ଗଳାକାଟି ସରପଞ୍ଚଙ୍କୁ ହତ୍ୟା କଲେ ମାଓବାଦୀ…

ବିଜାପୁର, ୨୯।୬ : ଛତିଶଗଡର ବିଜାପୁର ଜିଲାରେ ମାଓବାଦୀ ବର୍ବର କାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ଏକ ମାଓପ୍ରବଣ ଗାଁର ସରପଞ୍ଚଙ୍କୁ ତୀକ୍ଷ୍‌ଣ ଅସ୍ତ୍ରରେ ଗଳା କାଟି ହତ୍ୟା କରିଛନ୍ତି। ପୋଲିସ ଇନଫରମର ସନ୍ଦେହରେ ମାଓବାଦୀମାନେ ଏହି ଘଟଣା ଘଟାଇ ଛନ୍ତି। ୧୨ରୁ ଅଧିକ ସଶସ୍ତ୍ର ମାଓବାଦୀ ରାତି ଅଧରେ ଗାଁକୁ ଆସି ସରପଞ୍ଚଙ୍କୁ ଘରୁ ଜଙ୍ଗଲକୁ ନେଇ ଯାଇଥିଲେ। ସରପଞ୍ଚଙ୍କୁ ହତ୍ୟା କରିବା ପରେ ମାଓବାଦୀମାନେ ଚାଲି ଯାଇଥିଲେ। ଏହି ଘଟଣା ଜିଲାର ତୟୋନାର ପୋଲିସ ଷ୍ଟେସନ ଅଞ୍ଚଳରେ ଘଟିଛି।

ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର-ବୁଧବାର ମଧ୍ୟ ରାତ୍ରିରେ ବିଜାପୁର ଜିଲାର ମୋରମେଡ ଗାଁରେ ପହଞ୍ଚି ମାଓବାଦୀମାନେ ସରପଞ୍ଚ ପତିରାମ କୁଡିୟମଙ୍କ ଘରେ ପହଞ୍ଚିଥିଲେ। ସେତେବେଳେ ପତିରାମ ଘରେ ଶୋଇଥିଲେ। ମାଓବାଦୀମାନେ ସରପଞ୍ଚଙ୍କୁ ସେମାନଙ୍କ ସହ ଯିବାକୁ କହିଥିଲେ। ଯେତେବେଳେ ସମ୍ପର୍କୀୟମାନେ ତାଙ୍କୁ ନ ନେବାକୁ ଅନୁରୋଧ କଲେ। ମାଓବାଦୀମାନେ ବନ୍ଧୁକ ଦେଖାଇ ପରିବାରକୁ ଧମକ ଦେଇଥିଲେ। କୁହାଯାଉଛି ଯେ ଗାଁରେ ଚାଲିଥିବା ବିକାଶମୂଳକ କାର୍ଯ୍ୟ ନେଇ ମାଓବାଦୀମାନେ କ୍ରୋଧିତ ହୋଇଥିଲେ ଏବଂ ଅନେକ ଦିନ ଧରି ସରପଞ୍ଚ ମାଓବାଦୀମାନଙ୍କ ଟାର୍ଗେଟରେ ଥିଲେ। ସୂଚନାଯୋଗ୍ୟ ପୋଲିସ ଇନଫରମର ସନ୍ଦେହରେ ସରପଞ୍ଚଙ୍କୁ ମାଓବାଦୀମାନେ ମଧ୍ୟ ଅନେକ ଥର ଧମକ ଦେଇଥିଲେ।

ମାଓବାଦୀଙ୍କ ଏହି କାର୍ଯ୍ୟ ଯୋଗୁଁ ଗାଁରେ ଆତଙ୍କ ଖେଳିଯାଇଛି। ପୋଲିସ ଫୋର୍ସ ଗାଁରେ ମୁତୟନ କରାଯାଇଛି। ସୂଚନାନୁସାରେ, ମାଓବାଦୀମାନେ ମୃତକଙ୍କ ପରିବାରକୁ ନିରନ୍ତର ଟାର୍ଗେଟ କରୁଛନ୍ତି। ଏହାପୂର୍ବରୁ ମାଓବାଦୀମାନେ ପରିବାରର ଦୁଇଜଣ ସଦସ୍ୟଙ୍କୁ ମଧ୍ୟ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri