ପୁଣି ସ୍ଥିତି ଜାହିର କଲେ ମାଓବାଦୀ, ଗଛ ପକାଇ ପୋଷ୍ଟର ମାରିଲେ

ବାଲିଗୁଡ଼ା,୬ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ଥାନା ଅଧିନସ୍ଥ ଗୁମା ଛକ ମୁଖ୍ୟ ରାସ୍ତାରେ ଶନିବାର ଗଛ ପକାଇ ଚେତାବନୀ ପୂର୍ଣ୍ଣ ଏକାଧିକ ପୋଷ୍ଟର ଛାଡ଼ିଛନ୍ତି ମାଓବାଦୀ। ଭୟରେ ବେଲଘର ତୁମୁଡିବନ୍ଧ ଯାତାୟାତ ଠପ୍‌ ହୋଇଯାଇଛି। ବେଲଘର ଓ ତୁମୁଡିବନ୍ଧକୁ ସଂଯୋଗ ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ୧୦୮ ସମେତ ଏକାଧିକ ଯାନବାହନ ଅଟକି ରହିଥିଲା।

ପ୍ରକାଶ ଯେ, କନ୍ଧମାଳ ଜିଲାର ତୁମୁଡିବନ୍ଧ ବ୍ଲକ ଅଞ୍ଚଳ ମାଓବାଦୀପ୍ରବଣ ଭାବେ ଅତ୍ୟନ୍ତ ସମ୍ବେଦନଶୀଳ ବ୍ଲକ ଭାବେ ପରିଚିତ। ଏହାକୁ ଧ୍ୟାନ ଦେଇ ଏହି ବ୍ଲକର ୨ଟି ଥାନା ଯଥା ବେଲଘର ଏବଂ ତୁମୁଡିବନ୍ଧ ଥାନା ଅଞ୍ଚଳରୁ ମାଓବାଦୀ ଦମନ ନିମନ୍ତେ ଇତି ମଧ୍ୟରେ ୪ଟି କେନ୍ଦ୍ରୀୟ ସୁରକ୍ଷା ବଳର ଅସ୍ଥାୟୀ ଶିବିର ସ୍ଥାପନ କରିଛନ୍ତି ସରକାର। ତୁମୁଡିବନ୍ଧ ଥାନା ଅଧୀନରେ ତୁମୁଡିବନ୍ଧ, ବେଲଘର ଥାନା ଅଧୀନରେ ବେଲଘର, ଲଙ୍କାଗଡ଼ ଏବଂ ଭଣ୍ଡରଙ୍ଗି ଗ୍ରାମରେ ବହୁ ଅର୍ଥ ବ୍ୟୟ କରି ସମସ୍ତ ସୁବିଧା ଉପଲବ୍ଧ କରାଇ ଅସ୍ଥାୟୀ ଶିବିର ସ୍ଥାପନ ହୋଇସାରିଛି। ତେବେ କିଛି ଦିନର ନୀରବତା ପରେ ପୁଣିଥରେ ଏହି ବ୍ଲକର ଗୁମା ଅଞ୍ଚଳରେ ଯାହା ବେଲଘର ସ୍ଥିତ କେନ୍ଦ୍ରୀୟ ସୁରକ୍ଷା ବଳ ଶିବିରଠାରୁ ମାତ୍ର ୮ କି. ମି ଦୂର ଗୁଚୁକା ଛକରେ ରାସ୍ତା ଉପରେ ଗଛ ପକାଇ ଧମକ ପୂର୍ଣ୍ଣ ପୋଷ୍ଟର ଛାଡ଼ି ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ l ମାଓବାଦୀ ଛାଡ଼ିଯାଇଥିବା ପୋଷ୍ଟରରେ ଆଶା, ଅଙ୍ଗନଓ୍ବାଡିଙ୍କ ଦାବିକୁ ରାଜ୍ୟ ସରକାର ଶୀଘ୍ର ମାନିନେବାକୁ ଲେଖାଥିବା ସହିତ ସମୁଦାୟ ୧୨ଟି ଦାବିକୁ ସରକାର ଯଥାଶୀଘ୍ର ପୂରଣ କରିବାକୁ ଚେତାବନୀ ଦିଆଯାଇଛି। ତେବେ ଏହି ଘଟଣା ପରେ ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଘଟଣାସ୍ଥଳରେ ବେଲଘର ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳ ପହଞ୍ଚି ପୋଷ୍ଟର ଜବତ କରି ଗଛ ରାସ୍ତାରୁ ହଟାଇ ଯାନବାହନ ଚଳାଚଳ ସ୍ବାଭାବିକ କରିଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ଥିବା ଜଣାପଡ଼ିଛି। ଅନ୍ୟପଟେ ସମ୍ପୃକ୍ତ ଅଞ୍ଚଳରେ କମ୍ବିଂ ଅପରେଶନକୁ ଜୋରଦାର କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri