ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା ମାଓବାଦୀଙ୍କୁ ରେଡ୍‌ କାର୍ପେଟ ବିଛାଇ ଅଣାଯିବ ବୋଲି କୁହାଯାଇଥିଲା। ଧାର୍ଯ୍ୟ ସମୟସୀମା ପାଖେଇ ଆସୁଥିବା ବେଳେ ମାଓବାଦୀମାନେ ଜଙ୍ଗଲରୁ ବାହାରି ମୁଖ୍ୟସ୍ରୋତରେ ସାମିଲ ହେଉଥିବା ଦେଖିବାକୁ ମିଳିଛି। କିନ୍ତୁ ଏହା ମଧ୍ୟରେ ମାଓବାଦୀ ଡିଭିଜନ ସଚିବ ରାଣୀତା ଏକ ପ୍ରେସ୍‌ ବିବୃତି ଜାରିକରି ଭିନ୍ନ ମତ ରଖିଛନ୍ତି। ସେ ଆତ୍ମସମର୍ପଣକୁ ନା କରି ଏହି ଲଢ଼େଇ ଜାରି ରହିବ ବୋଲି କହିଛନ୍ତି। ସାଥୀ କମ୍ରେଡ୍‌ମାନଙ୍କ ବଳିଦାନକୁ ବ୍ୟର୍ଥ ଯିବାକୁ ଦେବୁ ନାହିଁ, ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଆମ ସଂଗଠନ କେବେ ବିଲୁପ୍ତ ହେବ ନାହିଁ। ଶହୀଦ ନେତାଙ୍କ ସଂଘର୍ଷକୁ କେବେ ଭୁଲିହେବ ନାହିଁ। ଆମେ ଭାରତର ସବୁ ସ୍ଥାନରେ ହିଂସା ଘଟାଇବୁ। ଯେଉଁମାନେ ଆମକୁ ଅଟକାଇବେ ସେମାନଙ୍କୁ ଦଣ୍ଡ ଦିଆଯିବ। ଆମ ଲଢ଼େଇ ଜାରି ରହିବ ଓ ସରକାର ଏହି ନିନ୍ଦନୀୟ କାର୍ଯ୍ୟର ପରିଣାମ ମଧ୍ୟ ଭୋଗିବେ। ଆତ୍ମସମର୍ପଣ କରିଥିବା ବ୍ୟକ୍ତିମାନେ ଭିରୁ। ସରକାର ଓ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ସହ ଆମ ଲଢ଼େଇ ସିଧାସଳଖ ହେବ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି। ୩୧ ମାର୍ଚ୍ଚ ସୁଦ୍ଧା ମାଓବାଦୀମୁକ୍ତ ହେବା ନେଇ ଯେଉଁ ଆଶା ପ୍ରକଟ କରାଯାଉଥିଲା ତାହା ପୁଣି ଘୁଞ୍ଚିଲା ବୋଲି ଲୋକେ ଆଲୋଚନା କରୁଛନ୍ତି। ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଲଢ଼େଇ ଜାରି ରହିବ ଚର୍ଚ୍ଚା ଜୋର ଧରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ଦାରିଙ୍ଗବାଡ଼ିରେ କାଳବୈଶାଖୀର ତାଣ୍ଡବ: ଉଡ଼ିଗଲା ଏକାଧିକ ଘରର ଆଜବେଷ୍ଟସ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ…

ଦାରିଙ୍ଗବାଡ଼ି, ୧୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡ଼ି ଗ୍ରାମରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି।…

କାଜୁ ବାଡ଼ରେ ନିଆଁ ଲିଭାଇବା ହେଲା କାଳ, ଝାସରେ ଗୁରୁତର ହେଲେ ସ୍ବାମୀସ୍ତ୍ରୀ

ମୋହନା, ୧୪।୩ (ମନ୍ମଥ ମିଶ୍ର): ଗଜପତି ଜଲା ମୋହନା ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କାଜୁ ବାଡ଼ରେ ଲାଗିଥିବା ନିଆଁକୁ ଲିଭାଇବାକୁ ଯାଇ ଜଣେ ସ୍ବାମୀ…

ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକ ନିଖୋଜ

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ବୁଲୁ ନାଇକ(୪୨) ଦାଦନ ଶ୍ରମିକ ଭାବେ କାମ କରିବାକୁ ମହାରାଷ୍ଟ୍ରର ମୁମ୍ବାଇ…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri