ରାସ୍ତାରେ ଆଇଇଡି ଖଞ୍ଜିଥିଲେ ମାଓବାଦୀ, ଯବାନଙ୍କ ପିକ୍‌ଅପ୍‌ ଯିବା ସମୟରେ…

ମାଲକାନଗିରି,୨୪ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଓ ଭୋପାଳପାଟନମ୍‌ ଜାତୀୟ ରାଜପଥରେ ମାଓବାଦୀମାନେ ଏକ ବଡ଼ଧରଣର ବିସ୍ଫୋରଣ ଘଟାଇଛନ୍ତି। ବିଜାପୁର ଗୋର୍ଲା ନାଲା ନିକଟରେ ଘଟିଥିବା ମାଓବାଦୀ ବିସ୍ଫୋରଣରେ ସୁରକ୍ଷା ବାହିନୀଙ୍କ ପିକ୍‌ଅପ୍‌ ଭ୍ୟାନ୍‌ ଅଳ୍ପକେ ବର୍ତ୍ତି ଯାଇଛି। ଯବାନମାନଙ୍କୁ ଟାର୍ଗେଟ୍‌ କରି ମାଓବାଦୀମାନେ ଏକ ଶକ୍ତିଶାଳୀ ଆଇଇଡି ବିସ୍ଫୋରଣ କରିଥିଲେ। ଏଥିଯୋଗୁ ରାସ୍ତାରେ ବିଶାଳ ଗର୍ଭ ସୃଷ୍ଟି ହାଇଛି। ବିଜାପୁର ଗୋର୍ଲା ନାଲା ନିକଟରେ ଆଇଇଡି ଖଞ୍ଜି ଥିଲେ। ସେହି ରାସ୍ତା ଦେଇ ଯବାନମାନେ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ଯାଉଥିବା ବେଳେ ମାଓବାଦୀମାନେ ବିସ୍ଫୋରଣ ଘଟାଇଥିଲେ। ମାତ୍ର ବିସ୍ଫୋରଣ ପୂର୍ବରୁ ଏହି ରାସ୍ତା ପିକ୍‌ଅପ୍‌ ପ୍ରାୟତଃ ଅତିକ୍ରମା କରିସାରିଥିବାରୁ ଯବାନମାନେ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି। ତେବେ ଏଥିରେ କିଛି ଯବାନ ଆହତ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଘଟାଇ ତୁରନ୍ତ ମାଓବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଯବାନମାନେ ମଧ୍ୟ ପାଲଟା ଜବାବ ଦେଇଥିଲେ। ବର୍ତ୍ତମାନ ସେହି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ତଲାସି ଅଭିଯାନ ଜାରି ରହିଛି। ଘଟଣାସ୍ଥଳକୁ ଅତିରିକ୍ତ ସୁରକ୍ଷା ବାହିନୀ ପଠାଯାଇଛି। ବିସ୍ଫୋରଣ ଯୋଗୁ ରାସ୍ତାରେ ସୃଷ୍ଟି ହୋଇଥିବା ବିଶାଳ ଗର୍ତ୍ତକୁ ପୋତି ଯାନବାହନ ଚଳାଚଳକୁ ସ୍ବାଭାବିକ କରିବା ଲାଗି ପଦପେକ୍ଷ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri