ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ ଆଇଡି ବିସ୍ପୋରକ ଖଞ୍ଜିଥିଲେ ମାଓବାଦୀ l ଏଭଳି ଏକ ଘଟଣା କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ପାରିଗଡ଼ ପଞ୍ଚାୟତର ବାଡୁସୀ ଗାଁ ନିକଟସ୍ଥ ଗାଙ୍ଗେରିସାରୁ ଜଙ୍ଗଲରେ ୪ଟି ଆଇଡି ବିସ୍ଫୋରକକୁ ଜବତ ପରେ ନିଷ୍କ୍ରିୟ କରିଛନ୍ତି ସୁରକ୍ଷାକର୍ମୀ। ମାଓବାଦୀ ମୁକ୍ତ କନ୍ଧମାଳ ନେଇ ଡେଡ୍‌ଲାଇନ ସମୟ ପାଖେଇ ଆସୁଥିବା ବେଳେ ସିଆର୍‌ପିଏଫ୍‌ ୧୨୭ ବାଟାଲିୟନର ‘ଡି’ କମ୍ପାନୀ ଓ କନ୍ଧମାଳ ପୋଲିସ ପକ୍ଷରୁ ମିଳିତ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଥିଲା l
ଏହି ସମୟରେ ଗାଙ୍ଗେରିସାରୁ ଜଙ୍ଗଲରୁ ବଡ଼ ଧରଣର ମାଓବାଦୀ କ୍ୟାମ୍ପକୁ ମଧ୍ୟ ଠାବ କରାଯାଇଛି। ସେଠାରୁ ବିପୁଳ ପରିମାଣରେ ଡିଟୋନେଟର, ଜିଲୋଟିନ, ବିସ୍ପୋରକ ବ୍ୟବହୃତ ସାମଗ୍ରୀ, ମେଡିସିନ, ବାସନକୁସନ, ମାଓବାଦୀ ଆର୍ଟିକାଲ ମଧ୍ୟ ଜବତ କରାଯାଇଛି। ବର୍ତ୍ତମାନ ଗାଙ୍ଗେରୀସାରୁ ଜଙ୍ଗଲରେ କୋମ୍ବିଂ ଅପରେଶନକୁ କଡ଼ାକଡ଼ି କରାଯିବା ସହ ସର୍ଚ୍ଚ ଅପେରଶନ ମଧ୍ୟ ଜାରି ରହିଛି। ତେବେ ୩୧ମାର୍ଚ୍ଚ ସୁଦ୍ଧା କନ୍ଧମାଳ ଜିଲାକୁ ମାଓବାଦୀ ମୁକ୍ତ କରାଯିବା ନେଇ ଲକ୍ଷ୍ୟ ରହିଥିବା ବେଳେ ବର୍ତ୍ତମାନ ମାଓବାଦୀ ଲିଡର ଶୁକ୍ରୁଙ୍କୁ ଖୋଜୁଛି ପୋଲିସ। କନ୍ଧମାଳ-ରାୟଗଡ଼ା-କଳାହାଣ୍ଡି ସୀମାନ୍ତରେ ଟପ ମାଓବାଦୀ ନେତା ଶୁକ୍ରୁ ଓ ତାଙ୍କ ସହଯୋଗୀ ଲୁଚି ରହିଥିବାବେଳେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ବିଭିନ୍ନ ଜଙ୍ଗଲରେ କୋମ୍ବିଂ ଅପରେଶନକୁ କଡ଼ାକଡ଼ି କରାଯାଉଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?