ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି ADG ପଣ୍ଡା କହିଛନ୍ତି।

୧୫୬ ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇବାରେ ପୋଲିସ ସଫଳ ହୋଇଛି। ୨୭ଜଣ ମାଓବାଦୀଙ୍କୁ ନିପାତ କରିବାରେ ସଫଳ ହୋଇଛୁ। ମାଓବାଦୀ ଦମନରେ ୯ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି ବୋଲି ସେ କହିଛନ୍ତି।

୭୮ଜଣ ମାଓବାଦୀ ଓଡ଼ିଶାରେ ଆତ୍ମସମର୍ପଣ କରିଛନ୍ତି। ଆଉ ୪୨ ଜଣ ମାଓବାଦୀ ଛତିଶଗଡ଼ରେ ଆତ୍ମସମର୍ପଣ କରିଛନ୍ତି। ୨୦୨୫ରେ ଓଡ଼ିଶାର ୯ଟି ଜିଲା ମାଓବାଦୀ ପ୍ରଭାବିତ ଥିଲା। ଏଥିରୁ ୮ଟି ଜିଲା ସମ୍ପୂର୍ଣ୍ଣ ଭାବେ ମାଓବାଦୀ ମୁକ୍ତ ହୋଇ ସାରିଛି। ମାଓବାଦୀ ଅପରେଶନରେ ୨୩୯ଜଣ ଯବାନ ଶହୀଦ ହୋଇଥିବା ବେଳେ ୫୯ଜଣ ସାଧାରଣ ନାଗରିକଙ୍କୁ ମାଓବାଦୀ ହତ୍ୟା କରିଥିବା ADG ପଣ୍ଡା ସୂଚନା ଦେଇଛନ୍ତି।

ଏପରିକି ଆଜି ମାଓବାଦୀ ଆତ୍ମସମର୍ପଣ ନେଇ ଥିବା ସମୟସୀମା ଶେଷ ହୋଇଛି। କାଲିଠାରୁ ଆଉ ଆତ୍ମସମର୍ପଣ ସୁଯୋଗ ମିଳିବ ନାହିଁ। ଯେଉଁ ହାତ ଗଣତି କେତେ ଜଣ ରହିଛନ୍ତି, ସେମାନଙ୍କୁ ନିପାତ କରିବୁ। ସେମାନେ ଓଡ଼ିଶାରେ ମାଓବାଦୀ ରିକ୍ରୁଟ କରିବାରେ ସଫଳ ହୋଇ ନାହାନ୍ତି।

ଆଗାମୀ ଦୁଇ ବର୍ଷ ପର୍ଯ୍ୟନ୍ତ ମଧ୍ୟ ମାଓବାଦୀ ଅପରେଶନ ଜାରି ରହିବ। ଯେଭଳି ପୁନଃସଂଗଠିତ ନ ହୁଅନ୍ତି ତାହାକୁ ଗୁରୁତ୍ୱ ଦେଉଛୁ। ସେଣ୍ଟ୍ରାଲ କମିଟି ସଦସ୍ୟ ଗଣେଶ ୱିକେଙ୍କ ନିପାତ ମାଓବାଦୀଙ୍କ ଟର୍ଣ୍ଣିଂ ପଏଣ୍ଟ ରହିଥିଲା ବୋଲି ADG ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri