ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ କହିଛନ୍ତି। ମାଓବାଦୀ ଜଣକ ଛତିଶଗଡ଼ ସୁକୁମା ଜିଲାର କିଷ୍ଟାରାମ ପଞ୍ଚାୟତ ମଙ୍ଗଳଗୁଡା ଗ୍ରାମର ସମୟ ମାଡକାମ ଓରଫ ନରେଶ ଓରଫ ରୁପେଶ ଓରଫ ପୁନିତ। ସେ ସଂଗନରେ ଡିଭିଜିନାଲ କମିଟି ମେମ୍ବର ଭାବେ କାର୍ଯ୍ୟ କରୁଥିଲେ ବୋଲି ଦକ୍ଷିଣାଞ୍ଚଳ ଆଇଜି ପଙ୍କଜ ମଙ୍ଗଳବାର ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସମୟ ଓରଫ ପୁନିଙ୍କୁ ଯେତେବେଳେ ୧୦ ବର୍ଷ ହୋଇଥିଲା, ସେ ମାଓବାଦୀ ସଙ୍ଗଠନରେ ସାମିଲ ହୋଇଥିଲେ। ତାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ମାଓବାଦୀମାନେ ତାଙ୍କୁ ନେଇ ଯାଇଥିଲେ। ହେଲେ ତାଙ୍କୁ ଅନେକ ସମୟରେ ନିର୍ଯାତନା ଦିଆଯାଉଥିଲା। ଏପରିକି ମହିଳା ମାଓବାଦୀମାନଙ୍କୁ ଯୌନ ଶୋଷଣ, ଚାନ୍ଦା ଆଦାୟ କରିବା ସହ ଯୁବତୀଯୁବକମାନଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ ସଂଗଠନରେ ସାମିଲ କରିବା ଆଦି କାର୍ଯ୍ୟ ଦେଖି ସେ ଅତିଷ୍ଠ ହୋଇ ପଡିଥିଲେ ା ଏଥିରେ ସେ ବୀତସ୍ପୃହ ହୋଇ ସଂଗଠନ ଛାଡି ରାଜ୍ୟ ସରକାରଙ୍କ ଥଇଥାନ ନୀତିରେ ସାମିଲ ହେବାକୁ ନିଷ୍ପତି ନେଇଥିବା ଆଇଜି ପଙ୍କଜ ପ୍ରକାଶ କରିଛନ୍ତି।

ଆତ୍ମସମର୍ପଣ ପରେ ସରକାରଙ୍କ ସମସ୍ତ ଥଇଥାନ ନୀତି ଅନୁସାରେ ତାଙ୍କୁ ସବୁ ସୁବିଧା ଯୋଗାଇ ଦିଆଯିବ ବୋଲି ଆଇଜି ପଙ୍ଗଜ କହିଛନ୍ତି। ମାଓବାଦୀମାନେ ଗଞ୍ଜେଇ କାରବାରରେ ସାମିଲ ରହୁଛନ୍ତି। ଏପରି କି ସେମାନେ ଗଂଜେଇ ଚାଷ କରୁଥିବା ଏବଂ ବ୍ୟବସାୟ କରୁଥିବା ଲୋକଙ୍କ ପାଖରୁ ମଧ୍ୟ ମୋଟା ଅଙ୍କର ଚାନ୍ଦା ନେଉଛନ୍ତି ବୋଲି ସୂଚନା ଦେଇଛନ୍ତି।

ଆଗକୁ ନିର୍ବାଚନ। ଏଥିପାଇଁ ପୋଲିସ ପକ୍ଷରୁ ସମସ୍ତ ବ୍ୟବସ୍ଥା ହୋଇଛି। ମାଓବାଦୀ ପ୍ରବଣ ଅଞ୍ଚଳରେ ପ୍ରାର୍ଥୀମାନେ ପ୍ରଚାର କରିବାକୁ ଗଲେ ସେମାନଙ୍କ ସହ ଯୋଗାଯୋଗ କରାଯାଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଉଛି ବୋଲି କନ୍ଧମାଳ ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri