ଡଙ୍ଗରିଆ ଯୁବତୀ, ମହିଳାଙ୍କୁ ଯୌନ ନିର୍ଯାତନା ଦେଉଛନ୍ତି ମାଓବାଦୀ

ରାୟଗଡ଼ା ଅଫିସ,୯ା୧୨: ରାୟଗଡ଼ା ଜିଲା ନିୟମଗିରି ପାହାଡ଼ର ବିଭିନ୍ନ ସ୍ଥାନରେ ଏବଂ କଲ୍ୟାଣସିଂହପୁରରେ ଠାରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଗୁରୁବାର ଦେଖିବାକୁ ମିଳିଛି। ନିୟମଗିରି ସୁରକ୍ଷା ସମିତି ସଚେତନ ଡଙ୍ଗରିଆ ଯୁବ ପରିଷଦ ପକ୍ଷରୁ ଏହି ପୋଷ୍ଟର ଲଗାଯାଇଥିବା ଉଲ୍ଲେଖ ରହିଛି। ମାଓବାଦୀମାନେ ଡଙ୍ଗରିଆ କନ୍ଧ ମହିଳାଙ୍କୁ ଯୌନ ନିର୍ଯାତନା ଦେଉଥିବା ଉକ୍ତ ପୋଷ୍ଟରରେ ଉଲ୍ଲେଖ ରହିଛି। ପୂର୍ବରୁ ମଧ୍ୟ ଅଞ୍ଚଳରେ ସମାନ ବିଷୟ ଉଲ୍ଲେଖ କରି ମାଓବାଦୀଙ୍କ ବିରୋଧରେ ପ୍ରେସ୍‌ ବିବୃତ୍ତି ବିଭିନ୍ନ ସ୍ଥାନରେ ଲଗାଯାଇଥିଲା। ତେବେ ଏଭଳି ପୋଷ୍ଟର କିଏ ଲଗାଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।
ନିୟମଗିରି ବିଭିନ୍ନ ଖଣିଜ ସମ୍ପଦରେ ଭରପୁର ରହିଥିବାରୁ ଏହାର ସୁରକ୍ଷା ନିମନ୍ତେ ନିୟମଗିରି ସୁରକ୍ଷା ମଞ୍ଚ ଗଠନ କରାଯାଇଛି। ଉକ୍ତ ସଙ୍ଗଠନରେ ଅଞ୍ଚଳର ଯୁବତୀ ଏବଂ ମହିଳାଙ୍କୁ ସାମିଲ କରାଯାଇଛି। ତେବେ ନିରୀହ ଡଙ୍ଗରିଆ ଏବଂ ଆଦିବାସୀଙ୍କ ସରଳତାର ସୁଯୋଗ ନେଇ କେତେଜଣ ମାଓବାଦୀ ନେତା ନିର୍ଯାାତନା ଦେବା ସହ ଯୌନ ଶୋଷଣ କରୁଥିବା ଅଭିଯୋଗ ହୋଇଛି। ଏମିତିକି ଛତିଶଗଡ଼ର ଜଣେ ନାବାଳିକାଙ୍କୁ ମାଓବାଦୀ ସଙ୍ଗଠନରେ ସାମିଲ କରି ପରବର୍ତ୍ତୀ ସମୟରେ ତାଙ୍କୁ ଗର୍ଭବତୀ କରି ଛାଡ଼ି ଦେଇଥିବା ବେଳେ ଏବେ ତାଙ୍କର ୧୩ ବର୍ଷର ଏକ ଝିଅ ଅନାଥ ଭାବେ ବଞ୍ଚୁଥିବା ପୋଷ୍ଟରରେ ଉଲ୍ଲେଖ ରହିଛି। ଆଗାମୀ ଦିନରେ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟ ମାଓବାଦୀଙ୍କୁ ସମ୍ପୂର୍ଣ୍ଣ ବିରୋଧ କରିବେ ବୋଲି ମଧ୍ୟ ଏଥିରେ କୁହାଯାଇଛି। ଏଥିସହ ଯୁବ ପରିଷଦ ସଙ୍ଗଠନ ଡଙ୍ଗରିଆ କନ୍ଧଙ୍କ ପାଇଁ ନ୍ୟାୟିକ ଏବଂ ଅନ୍ୟ ସୁବିଧା ପ୍ରଦାନ କରିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri