ଡଙ୍ଗରିଆ ଯୁବତୀ, ମହିଳାଙ୍କୁ ଯୌନ ନିର୍ଯାତନା ଦେଉଛନ୍ତି ମାଓବାଦୀ

ରାୟଗଡ଼ା ଅଫିସ,୯ା୧୨: ରାୟଗଡ଼ା ଜିଲା ନିୟମଗିରି ପାହାଡ଼ର ବିଭିନ୍ନ ସ୍ଥାନରେ ଏବଂ କଲ୍ୟାଣସିଂହପୁରରେ ଠାରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଗୁରୁବାର ଦେଖିବାକୁ ମିଳିଛି। ନିୟମଗିରି ସୁରକ୍ଷା ସମିତି ସଚେତନ ଡଙ୍ଗରିଆ ଯୁବ ପରିଷଦ ପକ୍ଷରୁ ଏହି ପୋଷ୍ଟର ଲଗାଯାଇଥିବା ଉଲ୍ଲେଖ ରହିଛି। ମାଓବାଦୀମାନେ ଡଙ୍ଗରିଆ କନ୍ଧ ମହିଳାଙ୍କୁ ଯୌନ ନିର୍ଯାତନା ଦେଉଥିବା ଉକ୍ତ ପୋଷ୍ଟରରେ ଉଲ୍ଲେଖ ରହିଛି। ପୂର୍ବରୁ ମଧ୍ୟ ଅଞ୍ଚଳରେ ସମାନ ବିଷୟ ଉଲ୍ଲେଖ କରି ମାଓବାଦୀଙ୍କ ବିରୋଧରେ ପ୍ରେସ୍‌ ବିବୃତ୍ତି ବିଭିନ୍ନ ସ୍ଥାନରେ ଲଗାଯାଇଥିଲା। ତେବେ ଏଭଳି ପୋଷ୍ଟର କିଏ ଲଗାଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।
ନିୟମଗିରି ବିଭିନ୍ନ ଖଣିଜ ସମ୍ପଦରେ ଭରପୁର ରହିଥିବାରୁ ଏହାର ସୁରକ୍ଷା ନିମନ୍ତେ ନିୟମଗିରି ସୁରକ୍ଷା ମଞ୍ଚ ଗଠନ କରାଯାଇଛି। ଉକ୍ତ ସଙ୍ଗଠନରେ ଅଞ୍ଚଳର ଯୁବତୀ ଏବଂ ମହିଳାଙ୍କୁ ସାମିଲ କରାଯାଇଛି। ତେବେ ନିରୀହ ଡଙ୍ଗରିଆ ଏବଂ ଆଦିବାସୀଙ୍କ ସରଳତାର ସୁଯୋଗ ନେଇ କେତେଜଣ ମାଓବାଦୀ ନେତା ନିର୍ଯାାତନା ଦେବା ସହ ଯୌନ ଶୋଷଣ କରୁଥିବା ଅଭିଯୋଗ ହୋଇଛି। ଏମିତିକି ଛତିଶଗଡ଼ର ଜଣେ ନାବାଳିକାଙ୍କୁ ମାଓବାଦୀ ସଙ୍ଗଠନରେ ସାମିଲ କରି ପରବର୍ତ୍ତୀ ସମୟରେ ତାଙ୍କୁ ଗର୍ଭବତୀ କରି ଛାଡ଼ି ଦେଇଥିବା ବେଳେ ଏବେ ତାଙ୍କର ୧୩ ବର୍ଷର ଏକ ଝିଅ ଅନାଥ ଭାବେ ବଞ୍ଚୁଥିବା ପୋଷ୍ଟରରେ ଉଲ୍ଲେଖ ରହିଛି। ଆଗାମୀ ଦିନରେ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟ ମାଓବାଦୀଙ୍କୁ ସମ୍ପୂର୍ଣ୍ଣ ବିରୋଧ କରିବେ ବୋଲି ମଧ୍ୟ ଏଥିରେ କୁହାଯାଇଛି। ଏଥିସହ ଯୁବ ପରିଷଦ ସଙ୍ଗଠନ ଡଙ୍ଗରିଆ କନ୍ଧଙ୍କ ପାଇଁ ନ୍ୟାୟିକ ଏବଂ ଅନ୍ୟ ସୁବିଧା ପ୍ରଦାନ କରିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ବହୁଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲି ହରିଦ୍ୱାରରେ ସନ୍ଦେହଜନକ ପରିସ୍ଥିତିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। କୋଲି ଗତ କିଛି…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?