ମାରାଡୋନାଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାନ୍ ଫୁଟବଲ ଖେଳାଳି ଡିଏଗୋ ମାରୋଡୋନାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କ କ୍ୟାରିୟରରେ ଖେଳ ପଡିଆରେ ଖେଳ ପ୍ରେମିଙ୍କ ପାଇଁ କିଛି ଅପାସୋରା ମୁହୂର୍ତ୍ତ ଓ ଅନୁଭବ ଛାଡି ଯାଇଛନ୍ତି ବୋଲି ମୋଦି କହିଛନ୍ତି । ସୂଚନାଯୋଗ୍ୟ, ମହାନ୍ ଫୁଟବଲ ଖେଳାଳିଙ୍କ ତାଲିକାରେ ଥିବା ମାରାଡୋନା ୧୯୮୬ ବିଶ୍ୱ କପ୍‌ରେ ଆର୍ଜେଟିନାକୁ ସଫଳତା ଦେବାରେ ଆଗଧାଡିର ନାୟକ ଥିଲେ । ଏହି ଲୋକ ପ୍ରିୟ ଖେଳାଳିଙ୍କର ବୁଧବାର ହୃଦଘାତରେ ମୃତ୍ୟୁ ହୋଇଛି । ତାଙ୍କ ପରଲୋକରେ ମୋଦି ଶୋକ ପ୍ରକାଶ କରି ଟୁଇଟ୍ କରି କହିଛନ୍ତି, ତାଙ୍କର ଅସମୟ ମୃତ୍ୟୁ ସମସ୍ତଙ୍କୁ ଦଃଖ ଦେଇଛି । ଈଶ୍ୱର ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ । ମାରାଡୋନାଙ୍କ ପରଲୋକରେ ଆର୍ଜେଣ୍ଟିନାରେ ୩ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ସାରା ବିଶ୍ୱର ଫୁଟବଲ ତାରକାମାନେ ମାରାଡୋନାଙ୍କୁ ସୋସିଆଲ ମିଡିଆ ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛନ୍ତି । ନୁଇ ସପ୍ତାହ ପୂର୍ବରୁ ମାରାଡୋନାଙ୍କ ମସ୍ତିଷ୍କରେ ଅପରେଶନ ହେବା ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା । ହେଲେ ସେ କିଛିଦିନ ହେବ ଅସୁସ୍ଥ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri