ମାରାଡୋନାଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାନ୍ ଫୁଟବଲ ଖେଳାଳି ଡିଏଗୋ ମାରୋଡୋନାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କ କ୍ୟାରିୟରରେ ଖେଳ ପଡିଆରେ ଖେଳ ପ୍ରେମିଙ୍କ ପାଇଁ କିଛି ଅପାସୋରା ମୁହୂର୍ତ୍ତ ଓ ଅନୁଭବ ଛାଡି ଯାଇଛନ୍ତି ବୋଲି ମୋଦି କହିଛନ୍ତି । ସୂଚନାଯୋଗ୍ୟ, ମହାନ୍ ଫୁଟବଲ ଖେଳାଳିଙ୍କ ତାଲିକାରେ ଥିବା ମାରାଡୋନା ୧୯୮୬ ବିଶ୍ୱ କପ୍‌ରେ ଆର୍ଜେଟିନାକୁ ସଫଳତା ଦେବାରେ ଆଗଧାଡିର ନାୟକ ଥିଲେ । ଏହି ଲୋକ ପ୍ରିୟ ଖେଳାଳିଙ୍କର ବୁଧବାର ହୃଦଘାତରେ ମୃତ୍ୟୁ ହୋଇଛି । ତାଙ୍କ ପରଲୋକରେ ମୋଦି ଶୋକ ପ୍ରକାଶ କରି ଟୁଇଟ୍ କରି କହିଛନ୍ତି, ତାଙ୍କର ଅସମୟ ମୃତ୍ୟୁ ସମସ୍ତଙ୍କୁ ଦଃଖ ଦେଇଛି । ଈଶ୍ୱର ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ । ମାରାଡୋନାଙ୍କ ପରଲୋକରେ ଆର୍ଜେଣ୍ଟିନାରେ ୩ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ସାରା ବିଶ୍ୱର ଫୁଟବଲ ତାରକାମାନେ ମାରାଡୋନାଙ୍କୁ ସୋସିଆଲ ମିଡିଆ ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛନ୍ତି । ନୁଇ ସପ୍ତାହ ପୂର୍ବରୁ ମାରାଡୋନାଙ୍କ ମସ୍ତିଷ୍କରେ ଅପରେଶନ ହେବା ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା । ହେଲେ ସେ କିଛିଦିନ ହେବ ଅସୁସ୍ଥ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri