Posted inଖେଳ

ମାରାଡୋନାଙ୍କ ଆସ୍ତ୍ରୋପଚାର ସଫଳ

ବୁଏନ ଆୟାର୍ସ,୫।୧୧(ଏପି): ଆର୍ଜେଣ୍ଟିନା କିମ୍ବଦନ୍ତୀ ଫୁଟବଲର ଡିଏଗୋ ମାରାଡୋନାଙ୍କ ଅସ୍ତ୍ରୋପଚାର ସଫଳ ହୋଇଛି। ତାଙ୍କ ମସ୍ତିସ୍କରେ ରକ୍ତସ୍ରାବକୁ ରୋକିବା ଏହି ଅସ୍ତ୍ରୋପଚାର କରାଯାଇଥିଲା। ୬୦ତମ ଜନ୍ମଦିନ ପାଳନ କରିବା ପରେ ତାଙ୍କର ଏହି ସ୍ବାସ୍ଥ୍ୟଗତ ସମସ୍ୟା ଦେଖା ଦେଇଥିଲା। ଅସ୍ତ୍ରୋପଚାର ସଫଳ ହୋଇଛି ଓ ସେ ସୁସ୍ଥ ଅଛନ୍ତି ବୋଲି ମାରାଡୋନାଙ୍କ ପବ୍ଲିକ ରିଲେଶନ ଟିମ୍‌ ମଙ୍ଗଳବାର ସୂଚନା ଦେଇଛନ୍ତି। ଏକ ଦୁର୍ଘଟଣା କାରଣରୁ ଏପରି ସ୍ଥିତି ସୃଷ୍ଟି ହୋଇଛି ବୋଲି ତାଙ୍କ ଡାକ୍ତର କହିଛନ୍ତି। ତେବେ ଏଭଳି କୌଣସି ଦୁର୍ଘଟଣା ମୋର ମନେ ନାହିଁ ବୋଲି ମାରାଡୋନା କହିଛନ୍ତି।
ବୁଏନ୍ସ ଆୟାର୍ସ ବାହାରେ ଥିବା ଏକ ଘରୋଇ କ୍ଲିନିକରେ ମାରାଡୋନା ଗତ ୪୮ ଘଣ୍ଟା ହେବ ବିଶ୍ରାମ ନେଉଛନ୍ତି। ମାରାଡୋନାଙ୍କ ନିକଟରେ ତାଙ୍କ ଝିଆ ଡାଲମା, ଜିଆନିନା ଓ ଜାନାଙ୍କ ସମେତ ଅନ୍ୟ ସମ୍ପର୍କୀୟମାନେ ଉପସ୍ଥିତ ରହିଛନ୍ତି। ପୂର୍ବରୁ ଆନେମିଆ ଓ ଡିହାଇଡ୍ରେଶନ ପାଇଁ ମାରାଡୋନା ଲା ପ୍ଲାଟା ସହରର ଏକ କ୍ଲିନିକ୍‌ରେ ଭର୍ତ୍ତି ହୋଇଥିଲେ। ଶୁକ୍ରବାର ମାରାଡୋନା ୬୦ ବର୍ଷରେ ପଦାର୍ପଣ କରିଥିଲେ। ୧୦୮୬ ଫିଫା ବିଶ୍ୱକପ୍‌ରେ ମାରାଡୋନା ନିଜର ଦମ୍‌ଦାର ପ୍ରଦର୍ଶନ ବଳରେ ଆର୍ଜେଣ୍ଟିନାକୁ ଚାମ୍ପିୟନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri