ଏପ୍ରିଲ ୧ରୁ ମାରାଗୁଡ଼ା ମହୋତ୍ସବ: ଜମିବ ପଲ୍ଲିଶ୍ରୀ ମେଳା

ନୂଆପଡ଼ା,୧ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ମାରଗୁଡ଼ା ମହୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ସର୍ବସମ୍ମତି କ୍ରମେ ଏପ୍ରିଲ ୧ରୁ ୫ ପର୍ଯ୍ୟନ୍ତ ମାରାଗୁଡ଼ା ମହୋତ୍ସବ ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଉତ୍ସବ ସହ ପଲ୍ଲିଶ୍ରୀ ମେଳା ମଧ୍ୟ ଅନୁଷ୍ଠିତ ହେବ ବୋଲି ଜିଲାପାଳ ଘୋଷଣା କରିଥିଲେ।

ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି, ଉପାଧ୍ୟକ୍ଷ ଦିପିକା ଦୀପ, ଖଡିଆଳ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ, କୋମନା ବ୍ଲକ ଅଧ୍ୟକ୍ଷା ଅନସୂୟା କୁମ୍ଭାର, ଖରିଆର ରୋଡ ଏନ୍‌ଏସି ଅଧ୍ୟକ୍ଷା ସୋନିଆ ଜୈନ, ପୂର୍ବତନ କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା, ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ମହାଦେବ ବୁଡାଇକ, ନୂଆପଡ଼ା ଜିଲା ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଭୀମସେନ ଶବର, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଜିଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଡ଼. ଫଣିନ୍ଦମ ସିଂଦେଓ, ନୂଆପଡ଼ା ଜିଲା ଓକିଲ ସଂଘ ସଭାପତି କ୍ଷିତୀଶ ଅଶୋକ ବୋଧନକର, ଜିଲା ଭାଜପା ସଭାପତି କମଲେଶ ଦିକ୍ଷିତ ପ୍ରମୁଖ ଉପସ୍ଥିତ ରହି ମହୋତ୍ସବ କିପରି ସୂଚାରୁ ରୂପେ ସମ୍ପାଦନ କରାଯିବ ସେନେଇ ଆଲୋଚନା କରାଯାଇଥିଲା। ଶେଷରେ ଉପ ଜିଲାପାଳ ଯୋଗେନ୍ଦ୍ର ମାଝି ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri