Posted inଜାତୀୟ

ମରାଠା କୋଟା ଆଇନ ଖାରଜ

ନୂଆଦିଲ୍ଲୀ, ୬।୫: ମରାଠାମାନଙ୍କ ପାଇଁ ସରକାରୀ ଚାକିରି ଏବଂ ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ନିମନ୍ତେ ମହାରାଷ୍ଟ୍ର ସରକାର ଆଣିଥିବା ଆଇନକୁ ସୁପ୍ରିମକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ସଂରକ୍ଷଣକୁ ୫୦ ପ୍ରତିଶତରୁ ଅଧିକ କରାଯାଇପାରିବ ନାହିଁ ବୋଲି ୧୯୯୨ରେ ସୁପ୍ରିମକୋର୍ଟ ରାୟ ଦେଇଥିଲେ। ଏହି ରାୟର ସମୀକ୍ଷା କରିବା ଆବଶ୍ୟକ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।
ସଂରକ୍ଷଣ ଆଇନ ଅସାମ୍ବିଧାନିକ ବୋଲି ଜଷ୍ଟିସ ଅଶୋକ ଭୂଷଣ, ଏଲ୍‌. ନାଗେଶ୍ୱର ରାଓ, ଏସ୍‌. ଅବଦୁଲ ନାଜିର, ହେମନ୍ତ ଗୁପ୍ତା ଏବଂ ଏସ୍‌. ରବୀନ୍ଦ୍ର ଭଟ୍ଟଙ୍କୁ ନେଇ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ ସହମତ ହୋଇଥିଲେ। ସଂରକ୍ଷଣ ସୁବିଧା ପାଇଁ ମରାଠା ସମ୍ପ୍ରଦାୟକୁ ସାମାଜିକ ଓ ଶିକ୍ଷାଗତ ପଛୁଆବର୍ଗ ଘୋଷଣା କରାଯାଇପାରିବ ନାହିଁ। ୫୦ ପ୍ରତିଶତ କୋଟା ସୀମାକୁ ଅତିକ୍ରମ କରି ସେମାନଙ୍କ ପାଇଁ ସଂରକ୍ଷଣ ସୁବିଧା ସୃଷ୍ଟି କରିବାର କୌଣସି ଅସାଧାରଣ ସ୍ଥିତି ସୃଷ୍ଟି ହୋଇ ନ ଥିବା ସାମ୍ବିଧାନିକ ପୀଠ କହିଥିଲେ। ସୂଚନାଯୋଗ୍ୟ ମହାରାଷ୍ଟ୍ର ସରକାରଙ୍କ ଆଇନକୁ ବମ୍ବେ ହାଇକୋର୍ଟ ଗତବର୍ଷ ଜୁନ୍‌ ୨୭ରେ କାଏମ ରଖିବା ସହ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ୧୨% ଏବଂ ନିଯୁକ୍ତି କ୍ଷେତ୍ରରେ ୧୩%କୁ ହ୍ରାସ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ୧୯୯୨ରେ ଇନ୍ଦ୍ର ସାଓ୍ବନି ମାମଲାରେ ସୁପ୍ରିମକୋର୍ଟ ସଂରକ୍ଷଣ ସୀମା ୫୦%ରେ ସୀମିତ ରଖିବା ଲାଗି କଡ଼ା ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟ ରାୟ ଦେବା ବେଳେ ସୁପ୍ରିମକୋର୍ଟଙ୍କ ଉକ୍ତ ରାୟକୁ ଠିକ୍‌ ଭାବେ ପଢ଼ି ନ ଥିବା ଆବେଦନକାରୀ ଦର୍ଶାଇଥିଲେ। ସଂରକ୍ଷଣ ସୀମା ବାହାରେ ମରାଠା ସମ୍ପ୍ରଦାୟକୁ ସଂରକ୍ଷଣ ସୁବିଧା ଦେବା ସମାନତା ଅଧିକାରର ଉଲ୍ଲଂଘନ ବୋଲି ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri