Posted inଜାତୀୟ

ମରାଠା ରିଜର୍ଭେଶନ ମାମଲା: ରାଜ୍ୟ ସରକାରଙ୍କ ମତାମତ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୮।୩: ମହାରାଷ୍ଟ୍ରରେ ମରାଠାଙ୍କ ପାଇଁ ସ୍ଥାନ ରିଜର୍ଭେଶନ ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ସମସ୍ତ ରାଜ୍ୟ ସରକାରଙ୍କ ମତାମତ ଲୋଡିଛନ୍ତି। ରିଜର୍ଭେଶନ ୫୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି କରାଯାଇ ପାରିବ କି ନାହିଁ ତାହା କୋର୍ଟଙ୍କ ପକ୍ଷରୁ ପ୍ରଶ୍ନ କରାଯାଇଛି। ଏହି ମାମଲାର ଶୁଣାଣି ମାର୍ଚ୍ଚ ୧୮ ପର୍ଯ୍ୟନ୍ତ ପ୍ରତିଦିନ କରାଯିବ। ଏନେଇ ଗଠିତ ୫ ଜଣିଆ ଖଣ୍ଡପୀଠଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କ ମତାମତ ଶୁଣାଯିବା ପରେ ବିଚାର କରାଯିବ ବୋଲି କୁହାଯାଇଛି। ସ୍ଥାନ ରିଜର୍ଭେଶନ ନେଇ ସୁପ୍ରିମ୍‌କୋର୍ଟରେ କେତେକ ମାମଲାର ବିଚାର ଜାରି ରହିଥିବା ନେଇ ବରିଷ୍ଠ ଆଇନଜୀବୀ ଗେପାଳ ଶଙ୍କର ନାରାୟଣ ସୂଚନା ଦେଇଥିଲେ। ଏନେଇ କୋର୍ଟ କହିଥିଲେ ଯେ, ସଂଶୋଧନ ୧୨୨, ଆର୍ଥିକ ଆଧାର ନେଇ ୧୦ ପ୍ରତିଶତ ରିଜର୍ଭେଶନ ଏବଂ ଜାତିର ବର୍ଗୀକରଣ ନେଇ ପ୍ରଶ୍ନ ଆଗତ କରାଯାଇଛି। ଏସମ୍ପର୍କରେ ଆଇନଜୀବୀ ମୁକୁଲ ରୋହତୋଗି କହିଥିଲେ ଯେ, ମାମଲାରେ ଅନୁଚ୍ଛେଦ ୩୪୨-ଏର ବ୍ୟାଖା କରାଯିବାର ଆବଶ୍ୟକତା ରହିଛି। ଏହା ସମସ୍ତ ରାଜ୍ୟକୁ ପ୍ରଭାବିତ କରିବ। ମାମଲା ସମ୍ପର୍କରେ ବରିଷ୍ଠ ଆଇନଜୀବୀ କପିଲ ସିବଲ କହିଲେ, ଯେ ସର୍ବୋଚ୍ଚ ନ୍ୟାୟାଳୟ କେବଳ କେନ୍ଦ୍ର ଅବା ମହାରାଷ୍ଟ୍ର ସରକାରଙ୍କ ପକ୍ଷ ଶୁଣିବା ଅନୁଚିତ। ସମସ୍ତ ରାଜ୍ୟ ସରକାରଙ୍କ ମତାମତ ଲୋଡାଯିବାର ଗୁରୁତ୍ୱ ରହିଛି। ତେଣୁ ସମସ୍ତ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରାଯିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri