୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର ଅଧ୍ୟକ୍ଷ ଅଭୟ ସିହ୍ନା ଶୁକ୍ରବାର ଦିନ ଏହି ସୂଚନା ଦେଇଛନ୍ତି। ଏହି ଚଳଚ୍ଚିତ୍ରଟି ଓସ୍କାରର ‘ଶ୍ରେଷ୍ଠ ଅନ୍ତର୍ଜାତୀୟ ଫିଚର ଫିଲ୍ମ’ ବର୍ଗରେ ଭାରତର ପ୍ରତିନଧିତ୍ୱ କରିବ। ନିର୍ଦ୍ଦେଶକ, ଲେଖକ ତଥା ଫିଲ୍ମ ନିର୍ମାତା ସନ୍ତୋଷ ଦାବଖରଙ୍କ ଦ୍ୱାରା ନିର୍ମିିତ ଏହି ଫିଲ୍ମଟି ନଭେମ୍ବର ୧୪ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଏହା ପୂର୍ବରୁ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ ଅଫ ଇଣ୍ଡିଆ ୨୦୨୫ରେ ଏହି ଫିଲ୍ମ ପାଇଁ ଦାବଖର ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ’ସିଲଭର ପିକକ’ ପୁରସ୍କାର ମଧ୍ୟ ଜିତିସାରିଛନ୍ତି।
ଫିଲ୍ମଟି ଓସ୍କାର ପାଇଁ ମନୋନୀତ ହେବା ପରେ ଅଭୟ ସିହ୍ନା ‘ଗୋନ୍ଧଳ’ର ସମ୍ପୂର୍ଣ୍ଣ ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, ଏହା କେବଳ ମରାଠୀ ସିନେମା ନୁହେଁ, ବରଂ ସମଗ୍ର ଭାରତୀୟ ଚଳଚ୍ଚିତ୍ର ଜଗତ ପାଇଁ ଏକ ଗର୍ବ ଓ ଗୌରବର ବିଷୟ। ବିଶ୍ୱ ଦରବାରରେ ଏହି ଫିଲ୍ମଟି ଭାରତୀୟ କଳା ଓ ସଂସ୍କୃତିକୁ ସଫଳତାର ସହ ଉପସ୍ଥାପନ କରିବ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି। ତେବେ ଚଳିତ ବର୍ଷ ଓସ୍କାର ଦୌଡ଼ ପାଇଁ ୧୪ଟି ହିନ୍ଦୀ ଫିଲ୍ମ ସମେତ ମୋଟ ୩୩ ଫିଲ୍ମର ନାମ ଆସିଥିଲା, ଯାହା ମଧ୍ୟରୁ ଏହି ମରାଠୀ ଫିଲ୍ମଟି ବାଜି ମାରିନେଇଛି।
କହିରଖୁଛୁ,‘ଗୋନ୍ଧଳ’ ହେଉଛି ମହାରାଷ୍ଟ୍ରର ଗ୍ରାମାଞ୍ଚଳର ପୃଷ୍ଠଭୂମିରେ ନିର୍ମିତ ଏକ ସସପେନ୍ସ-ଥ୍ରୀଲର ଫିଲ୍ମ। ଏଥିରେ ମହାରାଷ୍ଟ୍ରର ପ୍ରାଚୀନ ଲୋକକଳା ଏବଂ ଧାର୍ମିକ ପରମ୍ପରା ‘ଗୋନ୍ଧଳ’ର ସୁନ୍ଦର ଝଲକ ଦେଖିବାକୁ ମିଳିଛି। କାହାଣୀଟି ସୁମନ ନାମ୍ନୀ ଜଣେ ବିବାହିତା ମହିଳାଙ୍କ ଜୀବନକୁ ନେଇ ଗତିଶୀଳ।   ଫିଲ୍ମରେ କିଶୋର କଦମ, ଇଶିତା ଦେଶମୁଖ, ଯୋଗେଶ ସୋହୋନୀ, ନିଷାଦ ଭୋଇର ଏବଂ ଅନୁଜ ପ୍ରଭୁ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଦେଶର ପ୍ରସିଦ୍ଧ ସଙ୍ଗୀତକାର ଇଲୈୟାରାଜା।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?