ଇକ୍ୱାଟୋରିଆଲ ଗିନିରେ ମାରବର୍ଗ ଭାଇରସ ଆତଙ୍କ, କରୋନାଠାରୁ ଅଧିକ ବିପଜ୍ଜନକ…

ମାଲାବୋ,୧୪।୨ : ମାରବର୍ଗ ଭାଇରସ ଆଫ୍ରିକୀୟ ଦେଶ ଇକ୍ୱାଟୋରିଆଲ ଗିନିରେ ଆତଙ୍କ ସୃଷ୍ଟି କରିଛି। ଏହା କରୋନା ଅପେକ୍ଷା ଅଧିକ ବିପଜ୍ଜନକ ବୋଲି କୁୁହାଯାଉଛି। ଏହାର ସଂକ୍ରମଣ ଯୋଗୁ ଏପର୍ଯ୍ୟନ୍ତ ନଅ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ବହୁ ସଂଖ୍ୟକ ଲୋକ ଅସୁସ୍ଥ ଅଛନ୍ତି। ମାରବର୍ଗ ଭୂତାଣୁ ସଂକ୍ରମଣର ଲକ୍ଷଣ ଇବୋଲା ଭୂତାଣୁ ସହିତ ସମାନ ବୋଲି ବିଶେଷଜ୍ଞ କହିଛନ୍ତି।

ଏଥିରେ ଆକ୍ରାନ୍ତଙ୍କୁ ଜ୍ୱର, ମୁଣ୍ଡବିନ୍ଧା ,ଛାତି ଯନ୍ତ୍ରଣା ହୋଇଥାଏ। ଯେତେବେଳେ ଅବସ୍ଥା ଖରାପ ହୁଏ, ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥାଏ। ସଂକ୍ରମଣର ସାତ ଦିନ ମଧ୍ୟରେ ଅନେକଙ୍କଠାରେ ଆଭ୍ୟନ୍ତରୀଣ ରକ୍ତସ୍ରାବ ଲକ୍ଷଣ ମଧ୍ୟ ଦେଖାଯାଇଥାଏ। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଏକ ବିବୃତ୍ତି ଜାରି କରି କହିଛି ଯେ ମାରବର୍ଗ ଭାଇରସର ଏତେ ବଡ଼ ଆକାରରେ ଏହା ହେଉଛି ପ୍ରଥମ ସଂକ୍ରମଣ। ପ୍ରଭାବିତ ଅଞ୍ଚଳରେ ଆଡଭାନ୍ସ ଦଳ ନିୟୋଜିତ କରାଯାଇଛି, ଯାହା ସଂକ୍ରମିତଙ୍କଠାରେ ଭୁତାଣୁ ଚିହ୍ନଟ କରୁଛନ୍ତି। ଆକ୍ରାନ୍ତଙ୍କୁ ଆଇସୋଲେଟ କରାଯାଉଛି। ସେମାନଙ୍କୁ ଆବଶ୍ୟକ ଚିକିତ୍ସା ଯୋଗାଇ ଦିଆଯାଉଛି।

ଏହାର ସଂକ୍ରମଣକୁ ରୋକିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସ୍ବାସ୍ଥ୍ୟ ଜରୁରୀକାଳୀନ ବିଶେଷଜ୍ଞ, ସଂକ୍ରମଣ ନିରାକରଣ ଦଳ, ଲ୍ୟାବ ଏବଂ ଯୋଗାଯୋଗ ସହାୟତା ପ୍ରଣାଳୀ ନିୟୋଜିତ କରିଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ମାତିଶିଦୋ ମୋଏତି କହିଛନ୍ତି ଯେ ମାରବର୍ଗ ସଂକ୍ରମଣ ଶୀଘ୍ର ବ୍ୟାପିଥାଏ ଏବଂ ଏହାର ସଂକ୍ରମଣର ମୃତ୍ୟୁ ହାର ୮୮ପ୍ରତିଶତକୁ ଯାଇପାରେ। ମାରବର୍ଗ ଭୂତାଣୁ ଇବୋଲା ପରିବାରର ଅଟେ।
ଏହି ଭୂିତାଣୁ ବାଦୁଡ଼ିଠାରୁ ମଣିଷ ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଏହା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଅନ୍ୟ ଲୋକଙ୍କୁ ବ୍ୟାପିଥାଏ। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସଂକ୍ରମଣ ପାଇଁ କୌଣସି ଚିକିତ୍ସା କିମ୍ବା ଟିକା ଉପଲବ୍ଧ ନାହିଁ, କିନ୍ତୁ ଠିକ ସମୟରେ ଚିକିତ୍ସା ଆକ୍ରାନ୍ତଙ୍କର ଜୀବନ ରକ୍ଷା କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri