ଆଜି ‘ବିଶ୍ୱ ପଖାଳ ଦିବସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆଜି ‘ବିଶ୍ୱ ପଖାଳ ଦିବସ’। ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ରୂପେ ପାଳନ କରାଯାଏ। ୨୦୧୨ ମସିହାରୁ ଏହା ପାଳନ ହୋଇଆସୁଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ହେଉ ଅବା ଅନ୍ୟଦିନ ଗରୀବ ହେଉ ବା ଧନୀ ସମସ୍ତଙ୍କ ଲୋଡ଼ା ପଖାଳ କଂସା । ପଖାଳର ମହତ୍ୱକୁ ପରବର୍ତ୍ତୀ ପିଢ଼ୀ ପାଖରେ ପହଞ୍ଚାଇବା ଏହାର ଲକ୍ଷ୍ୟ । ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥ ବି ପଖାଳ ପ୍ରେମରେ । ଶ୍ରୀମନ୍ଦିରର ଟଙ୍କ ତୋରାଣିରେଏହାର ପ୍ରମାଣ ରହିଛି । ପଖାଳ ଓ ସହ ସଂସ୍କୃତି, ବିଚାରଧାରା, ଗୀତ ଓ ସାହିତ୍ୟ ଜଡ଼ିତ। କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇ ପାଳନ କରିବା ସହ ଗ୍ରୀଷ୍ମକୁ ମଧ୍ୟ ସ୍ବାଗତ କରିଥାନ୍ତି ।