ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ ରଖିଥିଲା। ଗୁରୁବାର ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ମଧ୍ୟପ୍ରଦେଶର ଦାମୋହ ବାସିନ୍ଦା ଗଣେଶ ବନସାଲ(୭୦) ଏବଂ ବବନ ରେଖୱା (୩୫)। ସେମାନଙ୍କ ପାଖରୁ ୮.୮୦୦ କେଜି ଗଞ୍ଜେଇ, ଗୋଟିଏ ମୋବାଇଲ ଫୋନ ଏବଂ ନଗଦ ୩୦୦ ଟଙ୍କା ଜବତ କରାଯାଇଛି l

ମିଳିଥିବା ସୂଚନା ମୁତାବକ, ବରଗଡ଼-ସମ୍ବଲପୁର ୫୩ ନମ୍ବର ଜାତୀୟ ରାଜପଥରେ ଯାତାୟାତ କରୁଥିବା ଏକ ବସ୍‌ରେ ତିନି ଜଣ ଯାତ୍ରୀ ଯାଉଥିଲେ l ବସ୍‌କଣ୍ଡକ୍ଟର ସେମାନଙ୍କୁ ସନ୍ଦେହ କରି ଚକୁଳିଫାର୍ମ ଗୋଡ଼ଭାଗା ମଝିରେ ଥିବା ସତୀଯୋର ବ୍ରିଜ ପାଖରେ ଓହ୍ଲାଇ ଦେଇଥିଲେ। ଏପରିକି ସେମାନଙ୍କ ଲଗେଜ ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ବ୍ୟାଗରେ ଗଞ୍ଜେଇ ଥିବା ଜଣାପଡ଼ିଥିଲା।

ଅତାବିରା ପୋଲିସ ପହଞ୍ଚି ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ କାବୁ କରିଥିବା ବେଳେ ଅନ୍ୟ ଜଣେ ଖସି ଫେରାର ହୋଇଯାଇଥିଲେ। ଉଭୟ ମଧ୍ୟପ୍ରଦେଶରୁ ଆସି ବରପାଲି ଅଞ୍ଚଳରେ ଗଞ୍ଜେଇ ସଂଗ୍ରହ କରି ପୁଣି ମଧ୍ୟପ୍ରଦେଶ ଯାଉଥିଲେ। ଏନେଇ ଅତାବିରା ଥାନାରେ ଏକ ମାମଲା(ନଂ. ୧୩୪/୨୬) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପି ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

କୋରାପୁଟରେ ପ୍ରବଳ ବର୍ଷା: ଭାଙ୍ଗିଲା ୭ ଘର

କୋରାପୁଟ,୫ା୭(ଅମିତାଭ ବେହେରା): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ହୋଇଛି। ଜିଲାର ୧୪ଟି ବ୍ଲକରେ ମୋଟ୍‌ ୧୩୭୧.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଜୟପୁର କୋରାପୁଟ ଆଦି…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ, ମାଛ ଚାଷ ସବସିଡି ପାଇଁ SHGରୁ ନେଉଥିଲେ ଲାଞ୍ଚ

ସୋନପୁର,୫ା୭: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ନିମ୍ନା ପଞ୍ଚାୟତର ମହିଳା ସରପଞ୍ଚ । ମାଛ ଚାଷ ସବସିଡି ପାଇଁ SHG ଠାରୁ ୨୦ ହଜାର ଲାଞ୍ଚ…

ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍‌ ପଡ଼ିଲେ…

କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri