ନୂଆପଡ଼ାରୁ ମଧ୍ୟପ୍ରଦେଶର ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୧୩ ଅଭିଯୁକ୍ତ

ନୂଆପଡ଼ା,୧୧ା୯ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ପୋଲିସ ପୃଥକ୍‌ ସ୍ଥାନରେ ଚଢାଉ କରି ୬୨ କିଗ୍ରା ଗଞ୍ଜେଇ ଜବତ କରି ୧୩ ଜଣଙ୍କୁ ଗିରଫ କରି କରିଛି। ଶୁକ୍ରବାର ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ ଅମୃତପାଲ ସିଂ ଏହି ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ ଗୁରୁବାର ପୋଲିସ ନୂଆପଡା ରେଳଫାଟକ ବିଜୁ ଏକ୍ସପ୍ରେସ ୱେରେ ପାଟ୍ରୋଲିଂ କରୁଥିବା ବେଳେ ମଧ୍ୟପ୍ରଦେଶର ୨ଜଣ ବ୍ୟକ୍ତିଙ୍କୁ ସନ୍ଦେହରେ ଅଟକାଇ ଯାଞ୍ଚ କରିଥିଲା। ସେମାନଙ୍କଠାରୁ ୧୦ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଥିଲା।

ସେମାନେ କୋମନା ବ୍ଲକ ଜେଠୁପାଲି ଗାଁରୁ ଏହାକୁ କ୍ରୟ କରି ଉତ୍ତରପ୍ରଦେଶ ନେଉଥିବା ସ୍ବୀକାର କରିଥିଲେ। ସେହିପରି ନୂଆପଡା ବସ୍‌ଷ୍ଟାଣ୍ଡରେ ଚଢାଉ କରି ୧୧ ଜଣଙ୍କଠାରୁ ୨୬ ପ୍ୟାକେଟରେ ଥିବା ୫୨ କିଲୋଗ୍ରାମ ଗଞ୍ଜେଇ ଜବତ କରିଥିଲେ। ସେମାନେ ମଧ୍ୟ ଜେଠୁପାଲି ଗାଁରୁ କ୍ରୟ କରି ମଧ୍ୟପ୍ରଦେଶକୁ ଚାଲାଣ କରୁଥିବା ସ୍ବୀକାର କରିଥିଲେ। ଗିରଫ ୧୩ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଖବରଦାତା ସମ୍ମିଳନୀରେ ଏସ୍‌ପି ସୂଚନା ଦେଇଛନ୍ତି।

ଏହି ସମୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜିତ ନାଏକ, ଉପଖଣ୍ଡ ପୋଲିସ ଅଧିକାରୀ ସ୍ବାଧୀନ ମିଶ୍ର, ନୂଆପଡା ସଦର ଥାନା ଅଧିକାରୀ ଗଙ୍ଗାଧର ମେହେର ପ୍ରମୁଖ ଉପସ୍ଥିତ ଥିଲେ ା

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri