ନୂଆପଡ଼ାରୁ ମଧ୍ୟପ୍ରଦେଶର ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୧୩ ଅଭିଯୁକ୍ତ

ନୂଆପଡ଼ା,୧୧ା୯ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ପୋଲିସ ପୃଥକ୍‌ ସ୍ଥାନରେ ଚଢାଉ କରି ୬୨ କିଗ୍ରା ଗଞ୍ଜେଇ ଜବତ କରି ୧୩ ଜଣଙ୍କୁ ଗିରଫ କରି କରିଛି। ଶୁକ୍ରବାର ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ ଅମୃତପାଲ ସିଂ ଏହି ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ ଗୁରୁବାର ପୋଲିସ ନୂଆପଡା ରେଳଫାଟକ ବିଜୁ ଏକ୍ସପ୍ରେସ ୱେରେ ପାଟ୍ରୋଲିଂ କରୁଥିବା ବେଳେ ମଧ୍ୟପ୍ରଦେଶର ୨ଜଣ ବ୍ୟକ୍ତିଙ୍କୁ ସନ୍ଦେହରେ ଅଟକାଇ ଯାଞ୍ଚ କରିଥିଲା। ସେମାନଙ୍କଠାରୁ ୧୦ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଥିଲା।

ସେମାନେ କୋମନା ବ୍ଲକ ଜେଠୁପାଲି ଗାଁରୁ ଏହାକୁ କ୍ରୟ କରି ଉତ୍ତରପ୍ରଦେଶ ନେଉଥିବା ସ୍ବୀକାର କରିଥିଲେ। ସେହିପରି ନୂଆପଡା ବସ୍‌ଷ୍ଟାଣ୍ଡରେ ଚଢାଉ କରି ୧୧ ଜଣଙ୍କଠାରୁ ୨୬ ପ୍ୟାକେଟରେ ଥିବା ୫୨ କିଲୋଗ୍ରାମ ଗଞ୍ଜେଇ ଜବତ କରିଥିଲେ। ସେମାନେ ମଧ୍ୟ ଜେଠୁପାଲି ଗାଁରୁ କ୍ରୟ କରି ମଧ୍ୟପ୍ରଦେଶକୁ ଚାଲାଣ କରୁଥିବା ସ୍ବୀକାର କରିଥିଲେ। ଗିରଫ ୧୩ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଖବରଦାତା ସମ୍ମିଳନୀରେ ଏସ୍‌ପି ସୂଚନା ଦେଇଛନ୍ତି।

ଏହି ସମୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜିତ ନାଏକ, ଉପଖଣ୍ଡ ପୋଲିସ ଅଧିକାରୀ ସ୍ବାଧୀନ ମିଶ୍ର, ନୂଆପଡା ସଦର ଥାନା ଅଧିକାରୀ ଗଙ୍ଗାଧର ମେହେର ପ୍ରମୁଖ ଉପସ୍ଥିତ ଥିଲେ ା

 


Enter your email to get our daily news in your inbox.

All Right Reserved By Dharitri.Com

ତାଳମପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri