ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ

ମୋହନା,୧୯ା୪(ମନ୍ମଥ ମିଶ୍ର)- ଗଜପତି ଜିଲା ଅଡବା ଥାନା ପୋଲିସ ଚାଲାଣ ପୂର୍ବରୁ ଚଢାଉ କରି ପ୍ରାୟ କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଊଦ୍ଧର୍‌ବ)ର ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାମସିଂ ଗାଁର ଅସିମ ମାଝୀ ଓ ଅନନ୍ତ ମାଝୀ। ଅଡବା ଥାନା ଅନ୍ତର୍ଗତ ଗରଡମା ପଞ୍ଚାୟତ ରାମସିଂ ଗାଁ ନିକଟରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ଗଚ୍ଛିତ ରଖାଯାଇଥିବା ଖବର ପାଇ ଅଡବା ଓ ମୋହନା ପୋଲିସ ଟିମ ମିଳିତ ଚଢାଉ କରିଥିଲେ। ଚଢ଼ାଉ ବେଳେ ୪୦ ବସ୍ତା ଗଞ୍ଜେଇ ଜବତ ହୋଇଥିଲା। ଜବତ ଗଞ୍ଜେଇର ପରିମାଣ ୧୦ କୁଇଣ୍ଟାଲ ୫୦ କିଲୋ। ଏହାର ବଜାର ମୂଲ୍ୟ ଏକ କୋଟି ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଗଜପତି ଏସ୍‌ପି କହିଛନ୍ତି। ଏନେଇ ଅଡବା ଥାନାରେ ଏକ ମାମଲା ରୁଜୁ ହୋଇଛି। ଗିରଫ ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri