Posted inଜାତୀୟ

ଅତି ଭୀଷଣ ସାମୁଦ୍ରିକ ଝଡ଼ ରୂପ ନେଲା ତଉକ୍‌ତାଏ

ମୁମ୍ବାଇ/ବେଙ୍ଗାଲୁରୁ/ଥିରୁଭାନନ୍ଥପୁରମ୍‌, ୧୭।୫: ଆରବ ସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ଼ ତଉକତାଏ ରବିବାର ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) କହିଛି। ଆଗାମୀ ୧୨ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ମଙ୍ଗଳବାର ଭୋର ସମୟରେ ପୋରବନ୍ଦର ଏବଂ ମହୁଭା ମଧ୍ୟରେ ଗୁଜରାଟ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୫୦ରୁ ୧୬୦ କିମି ଏବଂ ସ୍ଥଳବିଶେଷରେ ସର୍ବାଧିକ ୧୭୫ କିଲୋମିଟର ରହିବ। ଏଥିସହିତ ପାଖାପାଖି ୩ ମିଟର ଉଚ୍ଚର ଜୁଆର ଉଠିବା ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି।
ସାମୁଦ୍ରିକ ଝଡ଼ ଉପକୂଳ ଅଞ୍ଚଳକୁ ଅଧିକ କ୍ଷତିଗ୍ରସ୍ତ କରିବା ସମ୍ଭାବନା ରହିଛି। ସେଥିପାଇଁ ଗୁଜରାଟ ଓ ମହାରାଷ୍ଟ୍ରର ଉପକୂଳବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ନିରାପଦ ସ୍ଥାନକୁ ନିଆଯାଇଛି। ମହାରାଷ୍ଟ୍ର ଓ ଗୋଆରେ ପ୍ରବଳ ବର୍ଷା ପବନ ଜାରି ରହିଥିବାରୁ ବହୁସଂଖ୍ୟାରେ ଗଛ ଓ ବିଦ୍ୟୁତ ଖୁଣ୍ଟ ଉପୁଡ଼ି ପଡ଼ିଛି। ଗୋଆରେ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହୋଇଛି। ଘର ଭାଙ୍ଗିପଡ଼ିବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ର ଉପକୂଳ ଅଞ୍ଚଳରେ ଥିବା କୋଭିଡ୍‌ କେୟାର ସେଣ୍ଟରରୁ ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ବାତ୍ୟା ଯୋଗୁ ସେହି ହସ୍ପିଟାଲଗୁଡ଼ିକରେ ଯେପରି ବିଦ୍ୟୁତ ଓ ଅକ୍ସିଜେନ ଯୋଗାଣ ବାଧାପ୍ରାପ୍ତ ନ ହୁଏ, ତାହା ସୁନିଶ୍ଚିତ କରିବା ଲାଗି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ନିର୍ଦ୍ଦେଶ ଦେଇଛନ୍ତି। ଗୁଜରାଟରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ନିରାପଦ ସ୍ଥାନକୁ ନିଆଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।
ତଉକତାଏ ପ୍ରଭାବରେ କେରଳ, କର୍ନାଟକ, ଗୋଆ ଓ ମହାରାଷ୍ଟ୍ରରେ ପ୍ରବଳ ବର୍ଷା ଲାଗିରହିଛି। କର୍ନାଟକ ଉପକୂଳ ଓ କେନ୍ଦ୍ରୀୟ କର୍ନାଟକର ଉତ୍ତର କନ୍ନଡ, ଉଡୁପି, ଚିକମାଗାଲୁରୁ ଏବଂ ଶିବମୋଗା ଜିଲାରେ ପ୍ରବଳ ବର୍ଷାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। କେରଳର କୋଝିକୋଡେରୁ ମାଛ ଧରିବାକୁ ସମୁଦ୍ର ମଧ୍ୟକୁ ଯାଇଥିବା ୧୫ ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିଲେ। ଦୁଇଦିନ ହେଲା ସେମାନଙ୍କ ସହ କୌଣସି ଯୋଗାଯୋଗ ହୋଇପାରି ନ ଥିବାବେଳେ ରବିବାର ସେମାନଙ୍କ ବୋଟକୁ ମାଙ୍ଗାଲୁରୁ ଉପକୂଳରେ ଠାବ କରାଯାଇଛି। ଏଥିରେ ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ଥିବା କୁହାଯାଉଛି। ଗତ ୫ ତାରିଖରେ ବେପୋର ବନ୍ଦରରୁ ସେମାନେ ‘ଆଜମୀର ଶା’ ନାମକ ବୋଟ୍‌ରେ ମାଛ ଧରିବାକୁ ସମୁଦ୍ର ମଧ୍ୟକୁ ଯାଇଥିଲେ। ସେହି ସମୟରେ ଯାଇଥିବା ଅନ୍ୟ ଏକ ବୋଟରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏହା ଗୋଆ ଉପକୂଳଠାରୁ ୭ ନଟିକାଲ ମାଇଲ ଦୂରରେ ଅଟକି ରହିଛି। ସେଥିରେ ଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ ଉଦ୍ଧାର କରିବା ଲାଗି ମତ୍ସ୍ୟଜୀବୀ ସଂଘ ପକ୍ଷରୁ ନୌସେନା ଓ ତଟସୁରକ୍ଷା ବାହିନୀକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri