ସାମୁଦ୍ରିକ କଟକଣା ହଟିଲା: ଡଙ୍ଗା ମଙ୍ଗ ପୂଜାର୍ଚ୍ଚନା ପରେ ମତ୍ସ୍ୟଜୀବୀଙ୍କ ସଜବାଜ

ମହାକାଳପଡ଼ା,୧୫।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ସାଢ଼େ ୭ ମାସ ଅର୍ଥାତ୍‌ ୨୦୨୪ ନଭେମ୍ବର ପହିଲାରୁ ୨୦୨୫ ଜୁନ୍‌ ୧୫ ତାରିଖ ପର୍ଯ୍ୟନ୍ତ ସାମୁଦ୍ରିକ କଟକଣା ଜାରି କରାଯାଇଥିଲା। ରବିବାର ଏହି କଟକଣା ହଟିବ। ଏଥିପାଇଁ ଶନିବାର ସ୍ଥାନୀୟ ମତ୍ସ୍ୟଜୀବୀମାନେ ଡଙ୍ଗା ମଙ୍ଗ ପୂଜା କରିବା ପରେ ଜାଲ ଧରି ସମୁଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିବେ ବୋଲି କହିଛନ୍ତି । ଏହି ବ୍ଲକ୍‌ ଅଧୀନ ବତୀଘର, ଖରିନାସୀ, ରାମନଗର, ପେଟଛେଲା, ଜମ୍ବୁ , ସୁନିତି , ତନ୍ତିଆପାଳ , ବଉଳ କଣି ଆଦି ପଞ୍ଚାୟତର ପ୍ରାୟ ୧୦ ହଜାର ମତ୍ସ୍ୟଜୀବୀ ମାଛ ଧରିବା ପାଇଁ ସମୁଦ୍ର ଉପରେ ନିର୍ଭର କରନ୍ତି। ଗହୀରମଥାରେ ଅଲିଭରିଡ଼ଲେ କଇଁଛଙ୍କ ଅଣ୍ଡାଦାନ ଯୋଗୁ ଏହି କଟକଣା ଜାରି କରାଯାଇଥିଲା। ସେହି କଇଁଛମାନେ ଇତିମଧ୍ୟରେ ସେମାନଙ୍କ ମୂଳସ୍ଥାନକୁ ଫେରୁଛନ୍ତି।ଏଥିପାଇଁ ଗହୀରମଥାରେ ବର୍ଷ ସାରା ପ୍ରବେଶ କଟକଣା ଲାଗୁ କରାଯାଇଥିଲା। କୂଳଠାରୁ ୨୦ କିମି ଦୂର ସମୁଦ୍ର ପର୍ଯ୍ୟନ୍ତ କୋର୍‌ ଜୋନରେ ପ୍ରବେଶ କଟକଣା ରହିଛି। ୨୦ କିମି ପରେ ବଫର ଜୋନ ରହିଛି। ସେହିପରି ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମହାନଦୀ ମୁହାଣଠାରୁ ଧାମରା ମୁହାଣ ୧୪୩୫ ବର୍ଗମାଇଲ ବିସ୍ତାର ହୋଇଛି। ଏହି ନିଷିଦ୍ଧ ଅଞ୍ଚଳରେ ପ୍ରବେଶ ନ କରିବା ପାଇଁ ବନ ବିଭାଗ ପକ୍ଷରୁ ଅତ୍ୟାଧୁନିକ କାରିଗରି କୌଶଳରେ ୧୪ଟି ସୀମା ଚିହ୍ନଟ ଭାସମାନ ବଇଁଆ ସ୍ଥାପନ କରାଯାଇଛି। ଏହି ନିଷିଦ୍ଧ ଅଞ୍ଚଳରେ ବର୍ଷସାରା ପ୍ରବେଶ କଟକଣା କରାଯାଇଛି ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ବିଶେଷ କରି ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବିଭିନ୍ନ ପ୍ରଜାତିର ମୂଲ୍ୟବାନ ମାଛ ପଡୁଥିବାରୁ ଟ୍ରଲର ଓ ବୋଟ୍‌ ମାଲିକମାନଙ୍କ ଲୋଲୁପ ଦୃଷ୍ଟି ରହିଛି। ବନ ବିଭାଗ କର୍ମଚାରୀଙ୍କୁ ଚକମା ଦେଖାଇ ଟ୍ରଲର ମାଲିକମାନେ ବେଆଇନ ଭାବେ ସେହି ଅଞ୍ଚଳକୁ ପ୍ରବେଶ କରି ମୂଲ୍ୟବାନ ମାଛ ଧରୁଥିବା ଅଭିଯୋଗ ହୋଇଛି । ଏ ସଂକ୍ରାନ୍ତରେ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ରେଞ୍ଜ ଅଧିକାରୀ କପିଳ ଚନ୍ଦ୍ର ପ୍ରଧାନ କହିଛନ୍ତି, କଟକଣା ହଟିବା ପରେ କୌଣସି ମତ୍ସ୍ୟଜୀବୀ ବେଆଇନ ଭାବେ ନିଷିଦ୍ଧାଞ୍ଚଳକୁ ପ୍ରବେଶ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri