ସପ୍ତାହକ ପରେ ସାମୁଦ୍ରିକ କଟକଣା ହଟିବ

ମହାକାଳପଡ଼ା,୬ା୬ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବିଦେଶାଗତ ଅତିଥି ଅଲିଭ ରିଡ଼ଲେ କଇଁଛଙ୍କ ସାମୂହିକ ଅଣ୍ଡାଦାନ ଓ ବଂଶ ବିସ୍ତାର ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିପାଇଁ ନଭେମ୍ବର ୧ରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ସାମୁଦ୍ରିକ ପ୍ରବେଶ ଉପରେ କଟକଣା ସରକାରଙ୍କ ପକ୍ଷରୁ ଜାରି କରାଯାଇଥାଏ। ଏହି ସମୟରେ ଅଲିଭ ରିଡ଼ଲେ କଇଁଛଙ୍କ ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ପାରମ୍ପରିକ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରରେ ମାଛ ଧରିବାକୁ ବାରଣ କରାଯାଇଛି। ତେବେ ଏହି ସାଢ଼େ ୭ ମାସ ବାରଣ ସମୟରେ ସ୍ଥାନୀୟ ମତ୍ସ୍ୟଜୀବୀମାନଙ୍କୁ ଆର୍ଥିକ ଥଇଥାନ ଓ ବିକଳ୍ପ ଜୀବିକା ନିର୍ବାହ ପାଇଁ ପ୍ରତି ମତ୍ସ୍ୟଜୀବୀଙ୍କୁ ୭୫୦୦ ଟଙ୍କା ପ୍ରଦାନ କରାଯାଇଥାଏ। ଫଳରେ ସ୍ଥାନୀୟ ପାରମ୍ପାରିକ କେତେଜଣ ମତ୍ସ୍ୟଜୀବୀଙ୍କ ପରିବାର ପ୍ରତିପୋଷଣ ପାଇଁ ଏହି ସହାୟତା ରାଶି ଅଦ୍ୟାବଧି ମିଳି ନ ଥିବା ଅଭିଯୋଗ କରିଛନ୍ତି। ସାମୁଦ୍ରିକ ମତ୍ସ୍ୟ ବିଭାଗ ପକ୍ଷରୁ ଅଦ୍ୟାବଧି ଆର୍ଥିକ ରାଶି ପ୍ରଦାନ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରାଯାଉଥିବାରୁ ଏହି ପରିବାର ସବୁ ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଛନ୍ତି ବୋଲି ମତ୍ସ୍ୟଜୀବୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅପରପକ୍ଷରେ ସାମୁଦ୍ରିକ ମତ୍ସ୍ୟ ବିଭାଗ ଚିହ୍ନଟ କରାଯାଇଥିବା ୩,୪୪୪ ମତ୍ସ୍ୟଜୀବୀଙ୍କ ବ୍ୟାଙ୍କ ଖାତାକୁ ମାର୍ଚ୍ଚରେ କେବଳ ୧୦ ଟଙ୍କା ପରୀକ୍ଷା ମୂଳକ ଭାବେ ପ୍ରଦାନ କରାଯାଇଛି ବୋଲି ମହାକାଳପଡ଼ା ସାମୁଦ୍ରିକ ମତ୍ସ୍ୟ ବିଭାଗ ସହକାରୀ ଅଧିକାରୀ କହିଛନ୍ତି।
ସୂଚନାଯୋଗ୍ୟ, ଏପ୍ରିଲ ୧୫ଠାରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟରେ ବିଭିନ୍ନ ମାଛ ଓ ଜୀବଜନ୍ତୁମାନେ ଅଣ୍ଡାଦାନ ବା ଯାଆଁଳ ଫୁଟାଇ ଥାନ୍ତି। ସେଥିପାଇଁ ଏହି ଜୁନ ଦ୍ୱିିତୀୟ ସପ୍ତାହ ପର୍ଯ୍ୟନ୍ତ ସାମୁଦ୍ରିକ ପ୍ରବେଶ କଟକଣା ଜାରି କରାଯାଇଛି ବୋଲି ବନ ଓ ସାମୁଦ୍ରିକ ମତ୍ସ୍ୟ ବିଭାଗ ସୂତ୍ରରୁ ପ୍ରକାଶ। କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳଗୁଡ଼ିକ ନଦୀ ନାଳ ଓ ସାମୁଦ୍ରିକ କଟକଣା ରହିଛି ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ସାମୁଦ୍ରିକ କଟକଣା ଲାଗୁ ହେବା ପରେ ଏହି ଅଞ୍ଚଳର ପାରମ୍ପାରିକ ମତ୍ସ୍ୟଜୀବୀମାନେ ବାଧ୍ୟ ହୋଇ ଦାଦନ ଖଟିବାକୁ ରାଜ୍ୟ ତଥା ରାଜ୍ୟ ବାହାରକୁ ଯାଇଛନ୍ତି। ଆଉ କେତେଜଣ ମତ୍ସ୍ୟଜୀବୀ ସାମୁଦ୍ରିକ କଟକଣା ହଟିବା ପରେ ସମୁଦ୍ରକୁ ମାଛ ଧରିବା ପାଇଁ ଯିବା ପୂର୍ବରୁ ଖରିନାସୀ ଜେଠିଠାରେ ଜାଲ ଗୁଡ଼ିକୁ ମରାମତି କରୁଥିବା ଦେଖିବାକୁ ମିଳିଛି। ଏହି ପାରମ୍ପରିକ ମତ୍ସ୍ୟଜୀବୀମାନଙ୍କୁ ସାମୁଦ୍ରିକ କଟକଣା ଲାଗୁ ହେବା ପରେ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଉ ନ ଥିବା ଖରୀନାସୀ ଗ୍ରାମର ଚିତ୍ତରଞ୍ଜନ ରାୟ, ପବିତ୍ର ଦାସ, ସଞ୍ଜୟ ସରକାର, ବିପ୍ଳବ ମଣ୍ଡଳ, ଦିଲୀପ ଦାସ, ଦେବବ୍ରତ ହାଲଦାର୍‌ ଘୋର ଅସନ୍ତୋଷ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ମହାକାଳପଡ଼ା ସାମୁଦ୍ରିକ ମତ୍ସ୍ୟ ବିଭାଗ ସହକାରୀ ଅଧିକାରୀ ଦୀପକ କୁମାର ମଲିକଙ୍କୁ ପଚାରିବାରେ ବିଭାଗ ପକ୍ଷରୁ ଅଦ୍ୟାବଧି ଓଡ଼ିଶାର କୌଣସି ମତ୍ସଜୀବୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇନାହିଁ। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଆସିଲେ ଏହି ମତ୍ସ୍ୟଜୀବୀମାନଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri